News7 Logo

ବିଧାନସଭା ଅଧିବେଶନ ଆରମ୍ଭ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ପୋଲିସ ଡିଜି, ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

NEWS7
DGP

ଭୁବନେଶ୍ବର ୧୭।୯: ସେପ୍ଟେମ୍ବର ୧୮ରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ଏହାସହ ଯେକୌଣସି ପରିସ୍ଥିତିର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି ।

ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଭିତରେ ଚାଲିବ ବିଧାନସଭା ଅଧିବେଶନ ଏନେଇ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହଙ୍କ ସୂଚନା ଦେଇଛନ୍ତି ଯେ, ୩୦ ପ୍ଲାଟୁନ୍ ଫୋର୍ସ ଓ ପ୍ରାୟ ୧୫୦ ଅଫିସର୍‌ ବିଧାନସଭା ସୁରକ୍ଷା ଦାୟିତ୍ବରେ ରହିବେଆଇନଶୃଙ୍ଖଳା ଦୃଷ୍ଟିରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି