LIVE TV

ଆସନ୍ତା ୨୭ରେ ଝାରସୁଗୁଡା ଆସିବେ ପ୍ରଧାନମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପ୍ରସ୍ତୁତି

NEWS7
PM MODI

ଝାରସୁଗୁଡା ୨୩।୯: ଆସନ୍ତା ୨୭ ତାରିଖରେ ଝାରସୁଗୁଡା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡାର ଅମଲିପାଲି ଠାରେ ଥିବା ରିଜର୍ଭ ପଡିଆରେ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ ଦେବେ । ଏଥିପାଇଁ ଔପଚାରିକ ସୂଚନା ମିଳିବା ପରେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି ।

ଅମଲିପାଲି ପଡିଆରେ ଯୁଦ୍ଧକାଳୀନ ଭିତ୍ତିରେ ସଫେଇ କାର୍ଯ୍ୟ ସହ ପେଣ୍ଡାଲ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି । ଆସନ୍ତା ୨୫ ତାରିଖରେ ହେବାକୁ ଥିବା ଲଘୁଚାପ ଯୋଗୁଁ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ପବନକୁ ଆଶଙ୍କା କରି ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଛି । ତେଣୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ ନରେନ୍ଦ୍ର ମୋଦିଙ୍କ ଗସ୍ତ ଚୂଡ଼ାନ୍ତ ହୋଇଛି । ମୋଦିଙ୍କ ଗସ୍ତ ଅବସରରେ ଯୁବ ସମାବେଶ କରିବ ବିଜେପି । ମଙ୍ଗଳବାର ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ, ଉତ୍ତରାଞ୍ଚଳ ଆରଡିସି ସଚିନ ରାମଚନ୍ଦ୍ର ଯାଦବ ଝାରସୁଗୁଡାରେ ପହଞ୍ଚି ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ରାଜ୍ୟର ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ।​​​​​​​