News7 Logo

କାର୍ତ୍ତିକ ବ୍ରତ ପାଇଁ ୧୯ରୁ ଆବେଦନ, ରହଣି, ଦର୍ଶନ ଓ ପ୍ରସାଦ ସେବନ ବ୍ୟବସ୍ଥା କରିବେ ସରକାର

NEWS7
regstration

ପୁରୀ ୧୪/୦୯ : ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା । ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀ ଙ୍କ ପାଇଁ ଏଥର ହୋଇଛି ବ୍ୟବସ୍ଥା । ଏନେଇ  ବିଜ୍ଞପ୍ତି ଜାରି ହୋଇଛି । ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତୀକ ବ୍ରତ । ଆଉ ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ  ରହିବେ ହବିଷ୍ୟାଳୀ । 
ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ । କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲାପାଳ । ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ୨୦୨୫ ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ ହବିଷ୍ୟାଳୀ ।  https/edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ । ୧୯ ତାରିଖ ପୂର୍ବାହ୍ନ ୧୦ଟା ଠାରୁ ଆବେଦନ ଆରମ୍ଭ ହେବ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ ।
​​​​​​​ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ଦିଆଯିବ ପ୍ରାଧାନ୍ୟ । କେବଳ ଅନଲାଇନରେ ପଞ୍ଜିକୃତ ହୋଇଥିବା ମା ମାନେ ହିଁ ହାବିଷ୍ୟାଳି ଶିବିରରେ ଅନୁମତି ପାଇବେ । ପ୍ରତିବର୍ଷ ଭଳି ରହଣି, ଜଗନ୍ନାଥ ଦର୍ଶନ, ପ୍ରସାଦ ସେବନ ବ୍ୟବସ୍ଥା କରିବେ ସରକାର। ଏକମାସ ଧରି ସେମାନଙ୍କୁ ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ।