LIVE TV

କଟକର ବିଭିନ୍ନ ସ୍ଥାନରେ କର୍ଫ୍ୟୁ କଡ଼ାକଡ଼ି, ଛକ ଛକରେ ପଇଁତରା ମାରୁଛି ପୋଲିସ

NEWS7
Cuttack Curfew

କଟକ ୦୬/୧୦: ୩୬ ଘଣ୍ଟା ପାଇଁ କଟକରେ କର୍ଫ୍ୟୁ । ଗତକାଲି ରାତି ୧୦ଟାରୁ ୩୬ ଘଣ୍ଟା ପାଇଁ ୧୩ଟି ଥାନା ଅଞ୍ଚଳରେ ଜାରି ହୋଇଛି କର୍ଫ୍ୟୁ । କଟକରେ ଆଜି ସନ୍ଧ୍ୟା ୭ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ । CMC, CDA ଓ ବୟାଳିଶି ମୌଜା ଅଞ୍ଚଳ ପାଇଁ କଟକଣା ଲାଗୁ କରାଯାଇଛି । ହ୍ବାଟସ ଆପ୍, ଫେସବୁକ୍ , ଇନଷ୍ଟାଗ୍ରାମ୍, ସ୍ନାପଟାପ୍, ଏକ୍ସ ସମେତ ସମସ୍ତ ସୋସିଆଲ୍ ମିଡିଆ ସାଇଟ୍ ବ୍ୟାନ୍ ହୋଇଛି । ସକାଳୁ ସକାଳୁ କଟକର ବିଭିନ୍ନ ସ୍ଥାନରେ କର୍ଫ୍ୟୁକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି।

ବିଭିନ୍ନ ସ୍ଥାନରେ ପୋଲିସ୍ ପଇଁତରା ମାରୁଛି। ଇଣ୍ଟରନେଟ୍ ସର୍ଭିସ୍ ପ୍ରୋଭାଇଡର ଓ ବ୍ରଡବ୍ୟାଣ୍ଡ ଉପରେ ବି କଟକଣା ଲାଗିଛି । ଯେଉଁମାନେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ମେଡିକାଲ୍ ଓ ଅତ୍ୟାବଶ୍ୟକ ସେବା କର୍ଫ୍ୟୁରୁ ବାଦ୍ ଦିଆଯାଇଛି । ସ୍ଥିତି ଦେଖି କର୍ଫ୍ୟୁ କୋହଳ କିମ୍ବା ବୃଦ୍ଧି ହେବ । ସେପଟେ ପେଟ୍ରୋଲ୍ ପମ୍ପ, ହସ୍ପିଟାଲ୍, ମେଡିସିନ୍ ଷ୍ଟୋର୍ ଓ ଗ୍ରୋସରୀ ଦୋକାନ ଖୋଲା ରହିଛି । କଟକରେ କର୍ଫ୍ୟୁ କଟକଣା ନେଇ ଅତିରିକ୍ତ ପୋଲିସ୍ କମିଶନରଙ୍କ ସୂଚନା । ଅଧିକ ବସ୍ ଚଳାଚଳ ନ କରିବା ପାଇଁ ପୋଲିସ୍ ପକ୍ଷରୁ ବିଶେଷ ଅନୁରୋଧ କରାଯାଇଛି ।

କଟକ ସହରରେ ଥିବା ସବୁ ସରକାରୀ ଅଫିସ୍ ଓ SCB ମେଡିକାଲ୍ ଖୋଲା । ବିଭିନ୍ନ ସ୍ଥାନରେ ପୋଲିସ୍ ପଇଁତରା ମାରୁଛି । କଟକରେ ଆଜି ସନ୍ଧ୍ୟା ୭ଟା ଯାଏଁ ଇଣ୍ଟରନେଟ୍ ସେବା ବନ୍ଦ । ଭସାଣ ବେଳେ ଗଣ୍ଡଗୋଳରୁ ଲାଗିରହିଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ୍ ବାତିଲ୍ କରାଯାଇଥିବା ନେଇ ସୂଚନା ଦେଇଛି ଗୃହ ବିଭାଗ । CMC, CDA ଓ ବୟାଳିଶି ମୌଜା ଅଞ୍ଚଳ ପାଇଁ କଟକଣା ଲାଗୁ କରାଯାଇଛି ।