LIVE TV

ଆସନ୍ତା ୫ରୁ ୧୯ ଯାଏଁ ବାଚସ୍ପତିଙ୍କ ବିଦେଶ ଗସ୍ତ, ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ରାଜ୍ୟ ଗୋଷ୍ଠୀ ମହିଳା ସମ୍ମିଳନୀରେ ଦେବେ ଯୋଗ

NEWS7
Speaker

ଭୁବନେଶ୍ବର ୪।୧୦: ୬୮ ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟ ଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବେ ବାଚସ୍ପତି ସୁରମା ପାଢ଼ୀ । ଏଥିପାଇଁ ଅକ୍ଟୋବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ ବାଚସ୍ପତି । ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବା ବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବ ବୃହତ୍ତମ ଦେଶ । ଏ ନେଇ ବିଧାନସଭାରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ବାଚସ୍ପତି ସୁରମା ପାଢ଼ୀ ।

ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କ ନେତୃତ୍ବରେ ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ, ପାର୍ଲାମେଣ୍ଟ ସଦସ୍ୟ, ୨୨ ରାଜ୍ୟର ବାଚସ୍ପତି, ଉପବାଚସ୍ପତି ଓ ସଚିବ ଏହି ସମ୍ମିଳନୀରେ ଯୋଗଦେବେ । ଓଡ଼ିଶାରୁ ବାଚସ୍ପତି ସୁରମା ପାଢ଼ୀ ଏହି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ବାଚସ୍ପତି ଅକ୍ଟୋବର ୫ ତାରିଖ ଦିନ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରି ଲଣ୍ଡନ ଦେଇ ଅକ୍ଟୋବର ୬ ତାରିଖ ଦିନ ବାର୍ବାଡୋସ୍‌ରେ ପହଞ୍ଚିବେ ।