LIVE TV

ଦଳାଚକଟା ଘଟଣାରେ TVK ନେତାଙ୍କ ନାଁରେ ଏତଲା; ହାଇକୋର୍ଟରେ ପହଞ୍ଚିଲା ମାମଲା

NEWS7
Vijay's

ନୂଆଦିଲ୍ଲୀ ୨୮।୦୯; ତାମିଲନାଡୁ କରୁରରେ ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ । ହତ୍ୟା ଉଦ୍ୟମ ମାମଲା ରୁଜୁ କଲା ପୋଲିସ । ଟିଭିକେ କରୁର ପଶ୍ଚିମ ଜିଲ୍ଲା ମୁଖ୍ୟ ସମ୍ପାଦକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ହତ୍ୟା ଘଟଣାରେ ଦୋଷୀ ଏବଂ ସାର୍ବଜନୀନ ସୁରକ୍ଷାକୁ ବିପଦରେ ପକାଇବା ମାମଲା ରୁଜୁ ହୋଇଛି । ଏଥିରେ ମୃତ୍ୟୁସଂଖ୍ୟା ୩୯ ରେ ପହଞ୍ଚିଛି । ୩୯ ଜଣ ମୃତକଙ୍କ ମଧ୍ୟରେ ୧୦ଜଣ ଛୋଟ ପିଲା, ୧୭ ମହିଳା ଅଛନ୍ତି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ।

ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ତାମିଲନାଡୁ ସରକାର ନିର୍ଦ୍ଦେଶ ଦେଇଛି । ଆଜି କରୁର ଗସ୍ତ କରିବେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ବିଜୟଙ୍କ ସଭାରେ ଆବଶ୍ୟକଠାରୁ ଅଧିକ ସଂଖ୍ୟକ ଲୋକ ଭିଡ଼ ହେବାରୁ ଏହି ଅଘଟଣ ହୋଇଛି । ବିଜୟଙ୍କ ରାଲିରେ ୧୦ ହଜାର ଲୋକଙ୍କ ପାଇଁ ଅନୁମତି ମିଳିଥିଲା । ହେଲେ ପ୍ରାୟ ୫୦ ହଜାର ଲୋକ ରାଲିରେ ଯୋଗଦେଇଥିଲେ। ରାଲି ପାଇଁ ଲୋକମାନେ ଅପେକ୍ଷା କରିଥିବା ବେଳେ ବିଜୟ ପହଞ୍ଚିବାରେ ବିଳମ୍ବ ହୋଇଥିଲା।

ସଭାସ୍ଥଳରେ ପ୍ରାୟ ୬ ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ବିଜୟ। ସଭାସ୍ଥଳରେ ଭାଷଣ ଦେଉଥିବା ବେଳେ ହୋଇଥିଲା ଦଳାଚକଟା। ଦଳାଚକଟା ଅଘଟଣ ପାଇଁ ବିଜୟ ଭାଷଣ ବନ୍ଦ କରି ସହାୟତା ପାଇଁ ଅପିଲ କରିଥିଲେ । କାର୍ଯ୍ୟକର୍ତ୍ତାଙ୍କୁ ପାଣି ଯୋଗାଇବା ସହ ଆମ୍ବୁଲାନ୍ସକୁ ବାଟ ଛାଡିବାକୁ କହିଥିଲେ ବିଜୟ। ପ୍ରାୟ ୫୦ ଜଣ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଭିଡ଼କୁ ନିୟନ୍ତ୍ରଣ କରିଥିବା ବେଳେ ଉଦ୍ଧାରକାର୍ଯ୍ୟକୁ ତ୍ବରାନିତ୍ବ କରାଯାଇଥିଲା । ଅନ୍ୟ ଜିଲ୍ଲାରୁ ଡାକ୍ତର ଓ ମେଡିକାଲ ଷ୍ଟାଫଙ୍କୁ ତୁରନ୍ତ କରୁର ଆସିବାକୁ ନିର୍ଦ୍ଦେଶ ।