ଭୁବନେଶ୍ବର ୨୧।୧୦: ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲା ପ୍ରଶାସନକୁ ଆଲର୍ଟ କଲେ ରାଜ୍ୟ ସରକାର । ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ କହିଛନ୍ତି ।

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି । ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି । କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି ।

ପାଣିପାଗ ବିଭାଗର  ରିପୋର୍ଟ  ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି । ତେଣୁ ତାକୁ ରେଡ଼ ଆଲର୍ଟରେ ରଖାଯାଇଛି । ଉପକୂଳ ଜିଲ୍ଲା ଗୁଡିକୁ ଅରେଞ୍ଜ ଆଲର୍ଟରେ ରଖିଛୁ । ବର୍ଷା ଅଧିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ଆମେ ଜିଲ୍ଲା ପ୍ରଶାସନ ଆଲର୍ଟରେ ରଖିଛୁ । ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ । କମ୍ ହେଲେ ବି ତାର ମୁକାବିଲା କରାଯିବ ବୋଲି ସୁରେଶ ପୂଜାରୀ କରିଛନ୍ତି ।

​​​​​​​