LIVE TV

ରାଜ୍ୟର ୧୭ଟି ବିଶ୍ଵବିଦ୍ୟାଳୟରେ ବଢିଛି ନିର୍ଯାତନା, ମନ୍ତ୍ରୀ କହିଲେ ଏବେ ବି ଅଧ୍ୟାପକ ମରୁଡ଼ି

NEWS7
minister

ଭୁବନେଶ୍ୱର ୧୯/୦୯: ରାଜ୍ୟର ୧୭ଟି ବିଶ୍ଵବିଦ୍ୟାଳୟରେ ବଢିଛି ଶାରୀରିକ, ମାନସିକ ଓ ଯୌନ ନିର୍ଯାତନା । ଏପରି ୧୯ଜଣ ଛାତ୍ରୀ ନିର୍ଯ୍ୟାତନାର ଶିକାର ହୋଇଛନ୍ତି । ୬ ଯୌନ ନିର୍ଯାତନା, ୯ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଓ ଦୁଇ ଛାତ୍ରୀଙ୍କ ଅଶ୍ଳୀଳ ଚିତ୍ର ବ୍ୟବହାର କରାଯାଇଛି। ଗୃହରେ ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନର ଲିଖିତ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । 

ସରକାର ଆସିବା ପରଠାରୁ ରାଜ୍ୟର ୧୭ ଟି ବିଶ୍ଵବିଦ୍ୟାଳୟରେ ଅଭିଯୋଗ ଆସିଛି ଶାରୀରିକ, ମାନସିକ ଓ ଯୌନ ନିର୍ଯାତନା । ଏପରି ୧୯ ଜଣ ଛାତ୍ରୀ ନିର୍ଯାତନାର ଶିକାର ହୋଇଛନ୍ତି ।  ୬ ଯୌନ ନିର୍ଯାତନା, ୯ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଓ ଦୁଇ ଜଣ ଛାତ୍ରୀଙ୍କୁ ଅଭଦ୍ରଚିତ ବ୍ୟବହାର କରାଯାଇଛି । ଗୃହରେ ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନର ଗୃହରେ ଲିଖିତ ଉତ୍ତର ରଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । 

​​​​​​​ସେପଟେ ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି । ରାଜ୍ୟର ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଖାଲି ପଡ଼ିଛି ଅଧ୍ୟାପକ ପଦ । ବିଧାନସଭାରୁ ମିଳିଥିବା ସୂଚନା ମୁତାବକ, ରାଜ୍ୟର ବିଶ୍ୱବିଦ୍ୟାଳୟରେ ୧୪୦୪ ଅଧ୍ୟାପକ ପଦ ଖାଲିପଡ଼ିଛି । ତା ଭିତରୁ ୨୬୦ ପ୍ରାଧ୍ୟାପକ ପଦ ଖାଲି ପଡ଼ିଥିବାବେଳେ, ୪୫୩ ଆସୋସିଏସ୍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲିପଡ଼ିଛି । ତେବେ ବିଶ୍ୱବିଦ୍ୟାଳୟ ଦୃଷ୍ଟିରୁ ଦେଖିଲେ ସବୁଠୁ ଅଧିକ ଅଧ୍ୟାପକ ମରୁଡି ଦେଖିବାକୁ ମିଳିଛି ରେଭେନ୍ସା ବିଶ୍ୱବିଦ୍ୟାଳୟରେ । ଏହାପଛକୁ ରହିଛି ଉତ୍କଳ ବିଶ୍ୱବିଦ୍ୟାଳୟ । ସେହିପରି ୧୭ ବିଶ୍ୱବିଦ୍ୟାଳୟରେ ୨୨୮୬ ଅଣଶିକ୍ଷକ ପଦ ଖାଲି ପଡ଼ିଥିବା ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।