LIVE TV

SHG ଦ୍ୱାରା ପ୍ରସ୍ତୁତ ଉତ୍ପାଦର ବଜାରୀକରଣ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି, ପ୍ରତିଷ୍ଠା ହେବ ସୁଭଦ୍ରା ଶକ୍ତି ବଜାର

NEWS7
Subhadra Shakti Bazaar

ଭୁବନେଶ୍ବର ୨୦।୯: ଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର । ପ୍ରତ୍ୟେକ ଜିଲ୍ଲାରେ ସୁଭଦ୍ରା ଶକ୍ତି ବଜାର ବି ପ୍ରତିଷ୍ଠା କରିବେ ରାଜ୍ୟ ସରକାର । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଉପ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ରାଜ୍ୟରେ ସ୍ୱୟଂ ସହାୟିକା ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦଗୁଡ଼ିକୁ ବଜାରୀକରଣ କରିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି ନେଇଛନ୍ତି । ଭୁବନେଶ୍ୱରରେ ନିର୍ମାଣ ହେବ ସୁଭଦ୍ରା ଶକ୍ତି ବଜାର । ପ୍ରତ୍ୟେକ ଜିଲ୍ଲାରେ ସୁଭଦ୍ରା ଶକ୍ତି ବଜାର ବି ପ୍ରତିଷ୍ଠା କରିବେ ରାଜ୍ୟ ସରକାର । ଅନ୍ୟପଟେ ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର 'ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି ।

ଲକ୍ଷପତି ଦିଦି ଯୋଜନା କେବଳ ଗ୍ରାମାଞ୍ଚଳରେ ସୀମିତ, ତେଣୁ 'ରାଉରକେଲା' ସହରାଞ୍ଚଳରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହିଁ ବୋଲି ବିଧାନସଭାରେ ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ୩,୫୨,୭୩୮ ସ୍ୱୟଂ ସହାୟିକା ଗୋଷ୍ଠୀକୁ ମୋଟ୍ ୧୭,୪୫୪.୭୪ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି ।