ନୂଆପଡ଼ା ୨୧୧: ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୀତି ସରଗରମ । ନୂଆପଡ଼ାରେ ଧିରେ ଧିରେ ଜମିଲାଣି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଜୋରଦାର କରିସାରିଲେଣି । ତେବେ ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଭୋଟ୍ ମାବିବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ଆସନ୍ତା ୭ ତାରିଖରେ ରେବନ୍ତ ରେଡ୍ଡୀ ସାଲେଭଟାରେ ବିଶାଳ ସମାବେଶ କରି ନୂଆପଡ଼ା ଭୋଟରଙ୍କୁ ଭୋଟ୍ ମାଗିପାରନ୍ତି ବୋଲି ସେ ସୂଚନା ଦେଇଛନ୍ତି । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ନୂଆପଡ଼ା ଉପନିର୍ବାଚନର ଷ୍ଟାର ପ୍ରଚାରକ ରହିଛନ୍ତି ।

May be an image of one or more people, tree, fog and grass

ଏ ନେଇ ସୂଚନା ଦେଇ ସୋସିଆଲ ମିଡିଆ ପୋଷ୍ଟରେ ଭକ୍ତ ଲେଖିଛନ୍ତି, ଆସନ୍ତା ୭ ତାରିଖ ଦିନ ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ନୂଆପଡ଼ା ଉପନିର୍ବାଚନର ଷ୍ଟାର ପ୍ରଚାରକ ରେବନ୍ତ ରେଡ୍ଡୀ । ଏହି ଅବସରରେ ନୂଆପଡ଼ା ସାଲେଭଟା ଠାରେ ଆୟୋଜିତ ହେବାକୁ ଥିବା ସମାବେଶ ସ୍ଥଳ ପରିଦର୍ଶନ କରି ସମସ୍ତ ବିଷୟର ସମୀକ୍ଷା କଲି । ଏହି ଅବସରରେ, ଆମ ଦଳର ପ୍ରାର୍ଥୀ ଘାସିରାମ ମାଝୀ, ବିଧାୟକ ଅଶୋକ ଦାସ, ପୂର୍ବତନ ଆଇଏଏସ ତଥା କଂଗ୍ରେସର ଜାତୀୟ ମୁଖପାତ୍ର ଅମିତ ହୁସେନ ଏବଂ ଆଲୋକ ବାବୁ ପ୍ରମୁଖ ଉପସ୍ଥିତ ଥିଲେ ।

May be an image of one or more people, fog and grass

ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉପନିର୍ବାଚନ ଫଳାଫଳ ନଭେମ୍ବର ୧୪ ତାରିଖରେ ପ୍ରକାଶ ପାଇବ । ବିଜେଡିର ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଉପନିର୍ବାଚନ ପାଇଁ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ମୈଦାନରେ ଓହ୍ଲାଇଛି । ​​​​​​​​​​​​​​​​​​​​​