ଭୁବନେଶ୍ୱର ୩୧/୧୦: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି । ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଆଜି ଗୁଜରାଟ ଏକତା ନଗରରେ ଭବ୍ୟ ପରେଡ୍ ଆୟୋଜନ କରାଯାଇଥିଲା । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ ।

ଆଜି ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଏକତା ଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍‌ଙ୍କ ୧୫୦ ତମ ଜୟନ୍ତୀ ଉପଲକ୍ଷେ ସାରା ଦେଶ ‘ଏକତା ଦିବସ’ ରୂପେ ପାଳନ କରାଯାଉଛି। ଏହି ଅବସରରେ ରାଜ୍ୟବ୍ୟାପୀ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ରେ ସକାଳ ୭ଟାରେ ‘ଏକତା ଦୌଡ଼’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ। ଏଥିରେ ଯୋଗ ଦେଇ ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଏକତା ଅଖଣ୍ଡତା ଅବଦାନ ଥିବା ଲୌହବମାନବଙ୍କ ୧୫୦ତମ ଜନ୍ମ ଦିବସ। RUN FOR UNITY ଦୌଡ ୨୦୧୪ରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସାରା ନ୍ଦେଶକୁ ଏକତା ସୂତ୍ରରେ ବାନ୍ଧିଥିଲେ। ଭିନ୍ନତା ଭିତରେ ଏକତାର ବାର୍ତ୍ତା ଦେଉଛି ରନ୍ ଫର ୟୁନିଟି । ଶୃଙ୍ଖଳା ଓ ଦାୟିତ୍ଵ ବାର୍ତ୍ତା ଦିଏ ଏହି ଗଣ ଦୌଡ । ସଦଭାବନା କୁ ସୁଦୃଢ କରୁଛି । ଏହି ଅବସରରେ ଅଂଶଗ୍ରହଣକାରୀଙ୍କୁ ଶପଥ ପାଠ କରେଇଥିଲେ ମୁଖ୍ୟମନ୍ତ୍ରୀ ।