LIVE TV

ଦରଘା ବଜାର ଗୋଷ୍ଠୀ ସଂଘର୍ଷ ଘଟଣା : ଆସନ୍ତା ସୋମବାର କଟକ ବନ୍ଦ ଡାକରା ଦେଲା ବିଶ୍ଵ ହିନ୍ଦୁ ପରିଷଦ

NEWS7
VHP

କଟକ ୪।୧୦: କଟକ ଦରଘା ବଜାରରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆସନ୍ତା ସୋମବାର କଟକ ବନ୍ଦ ଡାକରା ଦେଲା ବିଶ୍ଵ ହିନ୍ଦୁ ପରିଷଦ । ପୋଲିସ ଓ ଜିଲ୍ଲା ପ୍ରଶାସନର ବିଫଳତାକୁ ଦାୟୀ କରାଯାଇଛି । ଏହାସହ କଟକ ଜିଲ୍ଲାପାଳ ଓ ଡିସିପିଙ୍କ ବଦଳି ଦାବି କରାଯାଇଛି ।

ସୂଚନାଯୋଗ୍ୟ ଯେ, କଟକ ଦରଘା ବଜାରରେ ଭସାଣି ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଗୋଷ୍ଠୀ ସଂଘର୍ଷରେ ଡିସିପିଙ୍କ ସମେତ ୬ ଆହତ ହୋଇଥିଲେ । ଗୁରୁବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସକୁ ଲାଠି ମାଡ଼ କରିବାକୁ ପଡିଥିଲା । ବେଶ କିଛି ସୟମ ଧରି ଚାଲିଥିଲା ଧାଁ ଦଉଡ, ସଂଘର୍ଷ, ଉତ୍ତେଜନା ସହ ଧାରଣା । ଫଳରେ ଆଗକୁ ଯାଇ ନପାରି ଅଟକି ରହିଥିଲା ଦେବୀଙ୍କ ମେଢ଼ । ରାତି ପ୍ରାୟ ୨ଟା ସମୟରେ ଝାଞ୍ଜିରିମଙ୍ଗଳା ମେଢ଼ ଦରଘାବଜାର ହାତୀପୋଖରୀ ନିକଟରେ ପହଞ୍ଚିବା ମାତ୍ରେ ଛାତ ଉପରୁ ଅଚାନକ ଢ଼େଲା ସହ ବୋତଲ ମାଡ଼ ହୋଇଥିଲା । ଡିପିସିଙ୍କ ମୁହାଁରେ ଆଘାତ ଲାଗିଛି । ଡିସିପିଙ୍କ ସମେତ ୬ଜଣ ଆହତ ହୋଇଥିଲେ । ପ୍ରତିବାଦରେ ଧାରଣାରେ ବସିଥିଲେ ପୂଜା କମିଟି କର୍ମକର୍ତ୍ତା । ବାଇକ୍‌ ଭଙ୍ଗାରୁଜା ସହ ବିଭିନ୍ନ ଦୋକାନ ଆଗରେ ‌ଷ୍ଟଲ୍‌ ଭଙ୍ଗାରୁଜା ହୋଇଥିଲା । ବରିଷ୍ଠ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ସ୍ଥିତି ସୁଧୁରି ଥିଲା । ପୁଣି ଚାଲିଥିଲା ଭାସାଣି ।

ଏହି ଘଟଣାକୁ ନେଇ ଅତିରିକ୍ତ ସିପି ନରସିଂହ ଭୋଳ କହିଥିଲେ, ପୋଲିସ, ଶାନ୍ତି କମିଟି ଓ ପୂଜା କମିଟି ଗୁଡିକର ସହଯୋଗ ପାଇଁ ଏକ ବଡ଼ ଅଘଟଣ ଏଡାଇ ଦିଆଯାଇ ପାରିଛି । ଏଭଳି ଘଟଣାରେ ଯେଉଁ ମାନଙ୍କର ସମ୍ପୃକ୍ତି ରହିଛି ସେମାନଙ୍କୁ ଚିହ୍ନଟ କରାଯାଇଛି । ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସ୍ଥିତି ଏବେ ସ୍ବାଭାବିକ ରହିଛି ବୋଲି ଜିଲ୍ଲାପାଳ କହିଛନ୍ତି ।