ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | June 29, 2025 IST

ଭୁବନେଶ୍ବର ୨୯।୬: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଶନିବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳ ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଏହା ଆଗାମୀ ୨ ଦିନ ଯାଏଁ ଧିରେ ଧିରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି l

ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୩ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।



ସେପଟେ ରବିବାର ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ଵର ଓ ଭଦ୍ରକରେ ଅଧିକ ବର୍ଷା ହୋଇପାରେ । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସେହିପରି ସୋମବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷା ହୋଇପାରେ । ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧ ତାରିଖରେ ନୟାଗଡ଼, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

You Can Read:

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା, ପାଣିପାଗ ବିଭାଗର ଆଲର୍ଟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.