ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ଚେତାବନୀ ଦେଇଛି ବିଭାଗ। ଦକ୍ଷିଣ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଲୋ- ପ୍ରେସର ଘୂର୍ଣ୍ଣିବଳୟ ପ୍ରଭାବରେ ସେହି ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୭.୬ ମିମି ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଦକ୍ଷିଣ ପଶ୍ଚିମ ଆଡକୁ ଢଳି ରହିଛି। ପ୍ରଭାବରେ ଆହୁରି ୨୪ ଘଂଟାରେ ରାଜ୍ୟରେ ଅତି ପ୍ରବଳ ବର୍ଷା ସହ ୭ ଦିନ ଯାଏ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ରହିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷାର ବିଶେଷ ପ୍ରଭାବ ରହିବ। ଆଗାମୀ ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବର୍ଷା ଚେତାବନୀ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବରଗଡ଼ ସମ୍ବଲପୁର ଝାରସୁଗୁଡା ଓ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, ଗଂଜାମ, ଗଜପତି, ନୟାଗଡ଼, କଟକ ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେଓଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଭଳି ୧୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅବଶିଷ୍ଟ ୭ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ଝଟକା ପବନ ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।

Also Read: କୁଆଖାଇ ନଦୀରେ ବୁଡ଼ି ୬ ବର୍ଷରେ ଗଲାଣି ୫୦ ଜୀବନ, ପୁଣି ଦୁଇ ସାଙ୍ଗଙ୍କ ମୃତ୍ୟୁ

ସେହିପରି ରବିବାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ା ପ୍ରବଳ ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ। ସେହିପରି ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦୁଝର ଓ ମୟୁରଭଞ୍ଜ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର ଏହି ୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ। ରାଜ୍ୟରେ ୧୪ ତାରିଖ ଯାଏ ବର୍ଷା ସମ୍ଭାବନା ସହ ଚେତାବନୀ ମଧ୍ୟ ରହିଛି।