ଆସୁଛି ଯୋଡ଼ା ଲଘୁଚାପ, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ଏସବୁ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି

Published By : Prameya-News7 Bureau | June 28, 2025 IST

ଭୁବନେଶ୍ଵର: ପୂର୍ବ ଏବଂ ପଶ୍ଚିମ ଭାଗରେ ପୁଣି ଯୋଡ଼ା ଲାଗୁଚାପ ସମ୍ଭାବନା । ଆରବ ସାଗର ଓ ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ  ପ୍ରଭାବରେ  ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। l ଉତ୍ତର-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ  ସମାନ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଏହା ପ୍ରଭାବରେ ରାଜ୍ୟରେ ୪ ତାରିଖ ପର୍ଯ୍ୟନ୍ତ ବର୍ଷା ରହିବ। ଏହି ସୂଚନା ଟୁଇଟ୍ ମାଧ୍ୟମରେ ଭାରତୀୟ ପାଣିପାଗ ବିଭାଗର ବୈଜ୍ଞାନିକ ଉମା ଶଙ୍କର ଦାସ ମଧ୍ୟ ସୂଚନା ଦେଇଛନ୍ତି।

ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର ଓ ମୟୁରଭଞ୍ଜ ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡ଼ା ବାଲେଶ୍ୱର, ସୁନ୍ଦରଗଡ, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, କଟକ, ବରଗଡ, ବଲାଙ୍ଗୀର, ସମ୍ବଲପୁର, ଅନୁଗୁଳ, ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାନା ଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଯାଜପୁର ଅଞ୍ଚଳରେ ଘଡଘଡି ସହ ବର୍ଷା ଓ ପବନ ମଧ୍ୟ ପ୍ରବାହିତ ହେବ । ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଥିବା ବେଳେ ଅନ୍ୟ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ରହିଛି। ମତ୍ସ୍ୟଜୀବୀଙ୍କୁ ମଧ୍ୟ ୨୮ ରୁ ୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । 

ଏପଟେ ସୌରାଷ୍ଟ୍ର ଏବଂ କଚ୍ଛର ଦକ୍ଷିଣ ଭାଗ ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତରପୂର୍ବ ଆରବ ସାଗର ଅଞ୍ଚଳରେ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ରହିବ। ୩ ଓ ୪ ତାରିଖ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ ୬ରୁ ବର୍ଷାର ମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.