୨୭ରୁ କମିପାରେ ଶୀତ, ୨ରୁ ୩ ଡିଗ୍ରୀ ପାରଦ ବଢିବ

NEWS7
a-plane-carrying-21-passengers-and-crew-in-south-sudans-unity-state-crashed-18-people-died

ଭୁବନେଶ୍ୱର ୨୪।୦୧ : ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ କମିପାରେ। ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିବା ସହ ଶୀତ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କିନ୍ତୁ ଆସନ୍ତା ଦୁଇ ସପ୍ତାହ (୨୨ରୁ ୨୮ ତାରିଖ) ଓ (୨୯ରୁ ୪ ତାରିଖ) ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୪ରୁ ୫ ଡିଗ୍ରୀ କମ୍ ରହିପାରେ ବୋଲି ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ କୁହାଯାଇଛି। ଶନିବାର ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ରହିବ।

ଅନୁଗୁଳରେ ୧୦, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ୧୧, ବରଗଡ଼, ନୂଆପଡ଼ା ଓ ମାଲକାନଗିରିରେ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ। ୨୭ ତାରିଖରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଥିଲା। ଏଠାରେ ପାରଦ ୫ ଡିଗ୍ରୀ ଥିଲା ।