ଜଗତସିଂହପୁର: ସ୍କୁଲ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଏଥରେ ୧୦ ଛାତ୍ରଛାତ୍ରୀ ଆହତ ହୋଇଥିବା ବେଳେ, ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣା ଘଟିଛି ଜଗତସିଂହପୁରରେ। ଶାଳିଜଙ୍ଗା ଶିଶୁମନ୍ଦିରର ଛାତ୍ରଛାତ୍ରୀଙ୍କୁ ନେଇ ଘରକୁ ଫେରୁଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ ୧୦ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ, ଅପରାହ୍ନରେ ଶିଶୁମନ୍ଦିରର ଛାତ୍ରଛାତ୍ରୀମାନେ ଏକ ଗାଡ଼ିରେ ଘରକୁ ଫେରୁଥିବା ବେଳେ ଗାଡ଼ି ଏକ ଟ୍ରାକ୍ଟରକୁ ପଛରୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏମିତିରେ ଏଥିରେ ଥିବା ପ୍ରାୟ ୧୦ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ତୁରନ୍ତ ନାଉଗାଁ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ୩ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟ ୨ ଜଣ ନାଉଗାଁ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।