LIVE TV

ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲରେ ଚାଲିଛି ଚିକିତ୍ସା

NEWS7

କଟକ ୩୧।୦୮ : ଅଭିଜିତ୍‌ ମଜୁମ୍‌ଦାର ଅସୁସ୍ଥ । ଓଲିଉଡର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ । ଯାହାପରେ ତାଙ୍କୁ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି । 

ଖବର ଅନୁଯାୟୀ, ରବିବାର ଦିନ ଓଲିଉଡର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଦୁମଦାର ଅସୁସ୍ଥ ହୋଇଛନ୍ତି । କଟକ ସ୍ଥିତ ବାସଭବନରେ ସେ ଅସୁସ୍ଥ ହେବା ପରେ ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅଜିଜିତ ମଜୁମଦାରଙ୍କ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣର ତାଙ୍କ ଦେହ ଅସୁସ୍ଥ ହୋଇଛି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ଡାକ୍ତରୀ ଟିମ୍‌ ଲଗାତର ଭାବେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି ।

ସୂଚନାଯୋଗ୍ୟ ଯେ,ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶକ ଦେଇଛନ୍ତି ଅଭିଜିତ ମଦୁମଦାର । ଶେଷରେ ୨୦୦୦ ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର । ଯାହାପରେ ସେ ଆଉ ପଛକୁ ଫେରିଚାହିଁନାହାନ୍ତି । ବର୍ତ୍ତମାନ ଯାଏଁ ୫୦ ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇସାରିଛନ୍ତି । ଯେଉଁଥିରେ ଏକାଧିକ ଫିଲ୍ମରେ ଗୀତ ବି ବୋଲିଛନ୍ତି ।