ଭୁବନେଶ୍ୱର ୨୫।୦୧: ଶେଷରେ ହାରିଗଲେ ଦାଦା । ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଅଭିଜିତ ମଜୁମଦାର। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଅଭିଜିତଙ୍କ ପରଲୋକ ଘଟିଛି। ଦୀର୍ଘ ଦିନ ଧରି ଏମ୍ସରେ ଚିକିତ୍ସାଧିନ ଥିଲେ ଅଭିଜିତ୍ ମଜୁମଦାର।

ଓଲିଉଡ୍ ଇଣ୍ଡଷ୍ଟିରରେ ଚର୍ଚ୍ଚିତ ନାଁ ହେଉଛନ୍ତି ଅଭିଜିତ । କିନ୍ତୁ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ତାଙ୍କୁ ପ୍ରଥମେ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେ ଲିଭର ସିରୋସିସରେ ପୀଡିତ ଥିଲେ । କିନ୍ତୁ ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ । ଏବେ କିନ୍ତୁ ତାଙ୍କର ପରଲୋକ ଘଟିଥିବା ନେଇ ଖବର ଆସିଛି । ଓଲିଉଡ ତଥା ଓଡିଆ, ସମ୍ବଲପୁରୀ ଫିଲ୍ମ ଏବଂ ଆଲବମରେ ସେ ଅନେକ ଗୀତ ଗାଇବା ସହ ନିର୍ଦ୍ଦେଶନା ଦେଇଛନ୍ତି । ସେ ଗାଇଥିବା ଅମେକ ଗୀତ ସୁପର ହିଟ୍ ହୋଇଛି ।

ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ICUରେ ଭର୍ତ୍ତି ହୋଇଥିଲେ। ସେ ଅକ୍ଟୋବର ୨୩ ତାତିଖରୁ ICUରୁ ବାହାରି ଜେନେରାଲ ମେଡିସିନ ୱାର୍ଡରେ ଚିକିତ୍ସିତ ହେଉଥିଲେ। 

ଫୁସଫୁସ ସଂକ୍ରମଣରେ ଗୁରୁତର ହୋଇ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଏକାଧିକ ରୋଗରେ ମଧ୍ୟ ସଂକ୍ରମଣ ହୋଇଥିଲେ। ସେ କୋମାରେ ରହି ଧିରେ ଧିରେ ସୁସ୍ଥ ହେଉଥିଲେ। ହସ୍ପିଟାଲରୁ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ। ଗତ କାଲି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡିବାରୁ ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। 

ସୂଚନା ଅନୁଯାୟୀ, ଓଲିଉଡର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଦୁମଦାର ରବିବାର ଦିନ ଅସୁସ୍ଥ ହୋଇପଡିଥିଲେ। ସେ ତାଙ୍କର କଟକ ସ୍ଥିତ ବାସ ଭବନରେ ଅସୁସ୍ଥ ହୋଇପଡିଥିଲେ । ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା। ସେ ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶକ ଦେଇଛନ୍ତି। ବର୍ତ୍ତମାନ ଯାଏଁ ୫୦ ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇସାରିଛନ୍ତି। ଏହାସହିତ ସେ ଏକାଧିକ ଫିଲ୍ମରେ ଗୀତ ବି ଗାଇଛନ୍ତି।

ସୂଚନାଯୋଗ୍ୟ ଯେ, ଅନେକ ଆଲବମ ଓ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶକ ଦେଇଛନ୍ତି ଅଭିଜିତ ମଦୁମଦାର । ୨୦୦୦ ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର। ଯାହାପରେ ସେ ଆଉ ପଛକୁ ଫେରିଚାହିଁନାହାନ୍ତି । ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇସାରିଛନ୍ତି ଅଭିଜିତ ମଜୁମଦାର। ଯେଉଁଥିରେ ସେ ଏକାଧିକ ଫିଲ୍ମରେ ଗୀତ ବି ବୋଲିଛନ୍ତି। ସେହିପରି ଅନେକ ଯୁବ କଣ୍ଠଶିଳ୍ପୀ ଙ୍କୁ ସୁଯୋଗ ଦେବାରେ ମଧ୍ୟ ଅଭିଜିତ ମଜୁମଦାରଙ୍କ ହାତ ରହିଥାଏ ।