ରୀଡାଲ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ୩ଗୁରୁତର
15/09/2022 at 4:17 PM

ଲମତାପୁଟ ୧୫/୦୯: ଲମତାପୁଟ ବ୍ଲକ ରୀଡାଲ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁଇଟି ମଟର ସାଇକେଲ ମୁହାଁ ମୁହିଁ ଧକ୍କା ହୋଇଥିବା ଜଣାପଡ଼ିଛି । ଫଳରେ ଏଥିରେ ଯାଉଥିବା ୪ ଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ ଦୁଇ ମଟର ଉଭୟ ପାର୍ଶ୍ୱରୁ ଆସୁଥିବା ବେଳେ ମୁହାଁମୁହିଁ ହୋଇଥିଲେ । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ଗାଦବାପଡା ଗ୍ରାମର ଜଗନ୍ନାଥ ଖିଲଙ୍କ ମୃତ୍ୟୁ ହୋଇଛି । ଅନ୍ୟ ତିନି ଗୁରୁତରଙ୍କୁ ଆମ୍ବୁଲାନ୍ସ ସାହାଯ୍ୟରେ ଲାମତାପୁଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି ।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023