ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ : ସିଇସି

Published By : Prameya-News7 Bureau | May 30, 2024 IST

ଭୁବନେଶ୍ୱର ୩୦।୫: ଜୁନ୍ ୧୦ ପର୍ଯ୍ୟନ୍ତ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀର ଆଗମନ ନେଇ କୌଣସି ସମ୍ଭାବନା ନଥିବା ବେଳେ ରାଜ୍ୟର ଆଭ୍ୟନ୍ତରୀଣ ଓ ପଶ୍ଚିମ ଅଂଚଳର ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । 

ଦେଶର ଉତର ପଶ୍ଚିମ ଭାଗରୁ ଉତପ୍ତ ବାୟୁ ପ୍ରବାହ ଆହୁରି ଗୋଟିଏ ସପ୍ତାହ କିମ୍ବା ତା’ଠାରୁ ଅଧିକ ସମୟ ପର୍ଯ୍ୟନ୍ତ ଜାରି ରହିବାର ସୂଚନା ରହିଥିବା ବେଳେ ଓଡ଼ିଶା ଓ ଏହାର ନିକଟବର୍ତୀ ଅଂଚଳରେ ଜୁନ ୧୦ ପୂର୍ବରୁ ମୌସୁମୀର ଆଗମନ ହେବ ନାହଁ ବୋଲି ସିଇସିର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି । 

ତେବେ ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଂଚଳରେ ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ କାଳବୈଶାଖୀ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସେ କହିଛନ୍ତି । 

ମୌସୁମୀ କେରଳ, ଆଣ୍ଡାମାନ୍ ଓ ନିକୋବର ଦ୍ୱୀପପୁଞ୍ଜ ତଥା ଉତର ପୂର୍ବ ରାଜ୍ୟଗୁଡ଼ିକୁ ଛୁଇଁଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାର ବାୟୁମଣ୍ଡଳରେ ଜଳୀୟ ବାଷ୍ପ ସୃଷ୍ଟି ହେବ । ମାତ୍ର ଦୁଇ ବା ତିନି ଦିନ ମଧ୍ୟରେ କାଳବୈଶାଖୀ ଯୋଗୁଁ ଆସ୍ୱସ୍ତିକର ଲାଘବ ହୋଇପାରେ ।

You Can Read :

ମଧ୍ୟପ୍ରାଚ୍ୟରେ ହୋଟେଲ ଶିଳ୍ପ କ୍ଷେତ୍ରରେ ସୋଆ ପୁରାତନ ଛାତ୍ରୀ ଉତ୍କର୍ଷ ନେତୃତ୍ୱ ନିମନ୍ତେ ମନୋନୀତ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.