ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

Published By : Prameya-News7 Bureau | December 04, 2023 IST

ଭୁବନେଶ୍ୱର ୪।୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଣ୍ଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସ୍ତରୀୟ ଭାରଉତ୍ତୋଳନ ପ୍ରତିଯୋଗିତାରେ ନିଜର ପାରଦର୍ଶିତା ଦେଖାଇ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହିତ ରୌପ୍ୟ ପଦକ ହାସଲ କରିଛନ୍ତି ।

ସେହିପରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆନ୍ତର୍ଜାତୀୟ ମିଲେଟ୍ ପ୍ରତିଯୋଗିତାରେ ବ୍ୟାଚ୍‌ଲର୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ଏବଂ କ୍ୟାଟରିଂ ଟେକ୍ନୋଲୋଜି (ବିଏଚ୍‌ଏମ୍‌ସିଟି)ର ଶେଷବର୍ଷର ଛାତ୍ର ସୌଭାଗ୍ୟ ବାରିକ ମିଲେଟ୍ ଦ୍ୱାରା ବିଭିନ୍ନ ସୁସ୍ୱାଦ ବ୍ୟଞ୍ଜନ ପ୍ରସ୍ତୁତ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଏହି ଦୁଇ ଛାତ୍ରଛାତ୍ରୀଙ୍କର ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ଗୌରବ ଅର୍ଜନ କରିଛି । ଏହି ସଫଳତା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସେମାନଙ୍କୁ ଶୁଭେଚ୍ଛା ପ୍ରଦାନ କରାଯାଇଛି ।

You Can Read :

wp:embed {"url":"https://www.prameyanews7.com/mathas-and-temples-resplendent-in-utkals-art-culture-and-heritage/","type":"wp-embed","providerNameSlug":"prameya-news-7"}
https://www.prameyanews7.com/mathas-and-temples-resplendent-in-utkals-art-culture-and-heritage/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.