ପୁରୀ ୧୫।୬: ରଥଯାତ୍ରା ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ ପ୍ଲାନ୍ । ଚଳିତ ରଥଯାତ୍ରା ଶୃଙ୍ଖଳିତ କରିବାକୁ ସଂସ୍କାରମୂଳକ ପଦକ୍ଷେପ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଅଣସେବାୟତ ରଥ ଉପରେ ଚଢିଲେ ଗିରଫ ହେବେ । ରଥ ଉପରେ ସେବାୟତ ମାନେ ମୋବାଇଲ ବ୍ୟବହାର କରିପାରିବେନି । ପହଣ୍ଡିରେ କେଉଁ କେଉଁ ସେବାୟତ ରହିବେ ସେମାନଙ୍କ ତାଲିକା ପ୍ରସ୍ତୁତ ହେବ । ଘଣ୍ଟୁଆ ସେବାୟତ ମାନଙ୍କ ତାଲିକା ବି ପ୍ରସ୍ତୁତ ହେବ । ଏନେଇ ନିଯୋଗ ଗୁଡ଼ିକ ତାଲିକା ପାଇଁ ସେବାୟତଙ୍କ ନାଁ ଦେବେ । ଛତିଶା ନିଯୋଗ ସହ ଆଲୋଚନା ପରେ ଏଭଳି ନିଷ୍ପତ୍ତି ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।
You Can Read:
ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ, ନ୍ୟାୟ ପାଇଁ ପୋଲିସ ଗୋଡ ତଳେ ଗଡ଼ିଲେ ପରିବାର