ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ଅନୁଭବ-ବର୍ଷା ବିବାଦ ମାମଲା: SDJMଙ୍କ ରାୟକୁ କାଏମ୍‌ ରଖିଲେ ଅତିରିକ୍ତ ଜିଲ୍ଲା ଜଜ୍‌, କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବର୍ଷା ଛାଡ଼ିବେ ଶାଶୂଘର

30/08/2022 at 5:41 PM

କଟକ ୩୦/୦୮: ଅଭିନେତ୍ରୀ ବର୍ଷା ଛାଡ଼ିବେ ଶାଶୂଘର । ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ଏସ୍‌ଡିଜେଏମ୍‌ଙ୍କ ରାୟକୁ କାଏମ୍‌ ରଖିଲେ କଟକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍‌ । ବର୍ଷାଙ୍କୁ ଶାଶୁ ଘର ଛାଡିବା ନେଇ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ SDJM । ପରେ SDJMଙ୍କ ରାୟକୁ ଚ୍ୟାଲେଞ୍ଜ କରି ଜିଲ୍ଲା କୋର୍ଟ ଯାଇଥିଲେ ବର୍ଷା ।

ସୂଚନା ଥାଉକି, ଷ୍ଟାର୍ ଦମ୍ପତ୍ତି ଅନୁଭବ ଓ ବର୍ଷାଙ୍କ ପାରିବାରିକ ବିବାଦ ୦୨ ଜୁନ୍‌ରେ ଏକ ଭିନ୍ନ ମୋଡ଼ ନେଇଥିଲା । ଅନୁଭବଙ୍କ ପତ୍ନୀ ବର୍ଷା ଶାଶୁଘର ଛାଡ଼ି ଅନ୍ୟତ୍ର ରହିବେ ବୋଲି କୋର୍ଟ କହିଥିଲେ । ଘରଭଡ଼ା ପାଇଁ ପ୍ରତି ମାସର ୧୦ ତାରିଖ କିମ୍ବା ତା ପୂର୍ବରୁ ମାସିକ ୩୦ ହଜାର ଟଙ୍କା ଅନୁଭବ ପ୍ରଦାନ କରିବେ ଏବଂ ପ୍ରଥମ ଟଙ୍କା ପାଇବାର ୨ ମାସ ମଧ୍ୟରେ ବର୍ଷା ଘର ଛାଡ଼ିବେ ସହ ରାୟର ୨ ମାସ ଭିତରେ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରିବା ଲାଗି କୋର୍ଟ କହିଥିଲେ ।

ମେ ମାସ ୨୪ ତାରିଖରେ ଏହି ମାମଲାର ଶୁଣାଣି ଶେଷ କରି ଏସଡିଜେଏମ୍ କଟକ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ । ନିଜ ପିଟିସନରେ ଅନୁଭବ ଉଲ୍ଲେଖ କରିଥିଲେ କି, ସେ ତାଙ୍କ ପତ୍ନୀ ବର୍ଷାଙ୍କ ପାଇଁ ଭଡାଘରର ବ୍ୟବସ୍ଥା କରିବେ ଏବଂ ସେ ବାବଦୀୟ ଖର୍ଚ୍ଚକୁ ଭରଣା କରିବାକୁ ମଧ୍ୟ ସେ ରାଜି ଅଛନ୍ତି । ଯେହେତୁ ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନାହିଁ, ତେଣୁ ତାଙ୍କ ଚିକିତ୍ସା ଲାଗି ସେମାନଙ୍କୁ ନିଜ ଘରେ ରହିବାର ଆବଶ୍ୟକତା ରହିଛି ।

ବର୍ଷାଙ୍କ ସହ ବିବାଦ ହେବା ପରଠାରୁ ଅନୁଭବ ତାଙ୍କ ବାପା, ମାଆ ଓ ସାନ ଭାଇଙ୍କ ସହ ଅନ୍ୟତ୍ର ଘର ଭଡା ନେଇ ରହୁଛନ୍ତି । ଅନ୍ୟପଟେ ପାରିବାରିକ ହିଂସାର ଶୀକାର ହେଉଥିବା ଅଭିଯୋଗ ଆଣି ବର୍ଷା ପ୍ରଥମେ ଏସଡିଜେଏମ୍ କୋର୍ଟରେ ଏକ ମାମଲା ଦାଏର କରିଥିଲେ । ଉକ୍ତ ଆବେଦନଟି କୋର୍ଟରେ ବିଚାରାଧୀନ ଥିବା ବେଳେ, ଅନୁଭବଙ୍କ ପକ୍ଷରୁ ଆଉ ଦୁଇଟି ପିଟିସନ ଦାୟର ହୋଇଥିଲା । ସେଥିମଧ୍ୟରୁ ଗୋଟିଏ ପିଟିସନ୍‌ ଖାରଜ ହୋଇଯାଇଥିବା ବେଳେ ଅନ୍ୟ ଗୋଟିଏ ପିଟିସନ୍‌ର ରାୟ ଆଜି ପ୍ରକାଶ ପାଇଛି । ତେବେ କୋର୍ଟଙ୍କ ରାୟ ଅନୁସାରେ ପ୍ରତିପକ୍ଷ ଏହି ନିର୍ଦ୍ଦେଶକୁ ପାଳନ କରିବେ କି ନାହିଁ ସେ ନେଇ ଆଗକୁ ଜଣାପଡ଼ିବ ।

   Related Posts