ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

୨୦ ହଜାର କୋଟି ଟଙ୍କାର FPO ବାତିଲ କଲା ଅଦାନୀ ଗ୍ରୁପ, ସେୟାର କିଣିଥିବା ନିବେଶକମାନଙ୍କୁ ଅର୍ଥ ଫେରସ୍ତ କରିବ କମ୍ପାନୀ

2/02/2023 at 2:38 PM

ମୁମ୍ୱାଇ୦୨/୦୨: ୨୦ ହଜାର କୋଟି ଟଙ୍କାର ଏଫପିଓ ବାତିଲ କଲା ଅଦାନୀ ଗ୍ରୁପ। ଅଦାନୀ ଏଣ୍ଟରପ୍ରାଇଜେସ୍ ଲିମିଟେଡ ପକ୍ଷରୁ ୨୦ ହଜାର କୋଟି ଟଙ୍କାର ଫଲୋ ଅନ୍ ପବ୍ଲିକ୍ ଅଫର ବା ଏଫପିଓ ବାତିଲ ହୋଇଛି। ବିଳମ୍ବିତ ରାତିରେ କମ୍ପାନୀର ବସିଥିବା ବୋର୍ଡ ଅଫ୍ ବୈଠକରେ ନିଷ୍ପତ୍ତି ହୋଇଛି।

ସେୟାର ବଜାରରେ ହଲଚଲ ପରେ ଗ୍ରୁପ୍ ତାର ଏଫପିଓକୁ ବାତିଲ କରିଦେଇଛି। ବିକ୍ରି ପାଇଁ ରଖାଯାଇଥିବା ସେୟାରକୁ କିଣିବା ପାଇଁ ଅଧିକ ଲୋକ ଆବେଦନ କରି ସାରିଛନ୍ତି। ଏବର ଅଭୂତପୂର୍ବ ସ୍ଥିତି ଏବଂ ବଜାରରେ ରହିଥିବା ଅସ୍ଥିରତା କାରଣରୁ ଅଦାନୀ ଗ୍ରୁପ୍ ଏପରି ନିଷ୍ପତ୍ତି ନେଇଥିବା କହିଛିି। ନିବେଶକମାନଙ୍କୁ ଅର୍ଥ ଫେରସ୍ତ କରିବ ବୋଲି କମ୍ପାନୀ କହିଛି।

କମ୍ପାନୀର ବାଲାନ୍ସ ସିଟ୍ କିନ୍ତୁ ମଜବୁତ ଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଆମେରିକାର ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟ ପରେ ଆଦାନୀ ଗ୍ରୁପର ତାଲିକାଭୁକ୍ତ କମ୍ପାନୀଗୁଡିକର ସେୟାରର ମୂଲ୍ୟ ଲଗାତାର ହ୍ରାସ ଘଟିଛି। ବୁଧବାର ଦିନ ଆଦାନୀ ଏଣ୍ଟରପ୍ରାଇଜେସର ସେୟାର ମୂଲ୍ୟ ୨୬.୭ ପ୍ରତିଶତ ହ୍ରାସ ପାଇଛି। ଆଦାନୀ ଏଣ୍ଟରପ୍ରାଇଜେସର ୨୦ ହଜାର କୋଟି ଟଙ୍କାର ଏଫପିଓ ଦେଶର ସବୁଠାରୁ ବଡ଼ ଏଫପିଓ ମଧ୍ୟରୁ ଅନ୍ୟତମ ।.

   Related Posts