ମାର୍ଚ୍ଚ ୧୬ ରେ ରାଜ୍ୟସଭା ଭୋଟ୍, ଆଜି ନାମାଙ୍କନ ଦାଖଲର ଶେଷ ଦିନ

NEWS7
adani-group-clinches-dharavi-redevelopment-project

ଭୁବନେଶ୍ୱର ୦୫/୦୩: ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ ।

ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି ।ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର ବିଜେଡିରୁ ସଂତୃପ୍ତ ମିଶ୍ର , କମନ କ୍ୟାଣ୍ଡିଡେଟ୍ ଦତ୍ତେଶ୍ବର ହୋତା ଓ ସ୍ବାଧୀନ ପ୍ରାର୍ଥୀ ଦିଲ୍ଳୀପ ରାୟ ନାମାଙ୍କନ ଦାଖଲ କରିବେ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଛି କିନ୍ତୁ ଫେବ୍ରୁଆରୀ ୨୬ରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ବି ଏପର୍ୟ୍ୟନ୍ତ କେହି ନାମାଙ୍କନ ଦାଖଲ ନାହାନ୍ତି ।

ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ କାଲି ସମସ୍ତେ ନାମାଙ୍କନ ଦାଖଲ କରିବେ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍ ।

also read..

ବିଜୁ ବାବୁଙ୍କୁ ମନେ ପକାଇ ଭାବବିହ୍ୱଳ ହେଲେ ଦିଲ୍ଲୀପ, ସୋସିଆଲ ମିଡିଆରେ ଲେଖିଲେ ମନର କଥା