suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବେଙ୍ଗଲ ଦଙ୍ଗା ଉପରେ ଫିଲ୍ମ କରିବ ବିଜେପି, ସ୍ବାଧୀନତା ସମୟରେ କଲିକତା ସ୍ଥିତିର ମିଳିବ ଝଲକ
  • ||
  • ଶେଷ ପର୍ଯ୍ୟନ୍ତ ଲଢ଼ି ଅଷ୍ଟ୍ରେଲିଆ ‘ଏ’ କୁ ୨-୧ରେ ହରାଇଲା ଭାରତୀୟ ମହିଳା ହକି ଦଳ
  • ||
  • କୁସ୍ତି ଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ରାମଦେବ, କହିଲେ ମା’ଭଉଣୀଙ୍କ ବିଷୟରେ ବେକାର କଥା କହୁଥିବା ବ୍ରିଜ ଭୂଷଣଙ୍କୁ ଗିରଫ କର
  • ||
  • ଦିଲ୍ଲୀ ୟୁନିଭର୍ସିଟି ସିଲାବସରୁ ହଟିଲା ‘ସାରେ ଜାହାଁ ସେ ଆଚ୍ଛା’ର ଲେଖକ ମହମ୍ମଦ ଇକ୍‌ବାଲଙ୍କ ବିଷୟ
  • ||
  • ଏବେ ଉତ୍ତରାଖଣ୍ଡ ସଂଲଗ୍ନ LACରେ ଦ୍ରୁତ ଗତିରେ ଗାଁ ଗଢି ଚାଲିଛି ଚୀନ, ସୈନ୍ୟ ଶିବିର ବି ନିର୍ମାଣ କରୁଛି
  • ||
  • ହାଇଦ୍ରାବାଦ: କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେଜରିଓ୍ଵାଲ
  • ||
  • ନୂଆଦିଲ୍ଲୀ: ଜବାହରଲାଲ ନେହେରୁଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାହୁଲ ଗାନ୍ଧୀ
  • ||
  • IPL 2023: ମୁମ୍ବାଇକୁ ହରାଇ ଲଗାତାର ୨ୟ ଥର ଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସ, ରବିବାର ଚେନ୍ନାଇ ସହ ଟାଇଟଲ୍ ମୁକାବିଲା
  • ||
  • ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ୯ଟି ପ୍ରଶ୍ନ କଲା କଂଗ୍ରେସ
  • ||
  • ଟିଏମ୍‌ସି ସାଂସଦ ଅଭିଷେକ ବାନାର୍ଜୀଙ୍କ କାର୍କେଡ୍‌ ଉପରେ ଆକ୍ରମଣ, ଇଟା ଫିଙ୍ଗି ଭାଙ୍ଗିଲେ ମନ୍ତ୍ରୀଙ୍କ କାର୍ କାଚ
  • ||

ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ହାଇକୋର୍ଟରେ ରିପୋର୍ଟ ଦେଇପାରିଲାନି କ୍ରାଇମବ୍ରାଞ୍ଚ, ଲୋଡିଲା ଅଧିକ ସମୟ

5/11/2020 at 1:08 PM

କଟକ ୦୫।୧୧: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଇତିମଧ୍ୟରେ ୪ମାସରୁ ଅଧିକ ସମୟ ବିତିଗଲାଣି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରିଲାନାହିଁ । ପ୍ରଥମେ ଜିଆର୍‌ପି , ପରେ କ୍ରାଇମବ୍ରାଞ୍ଚକୁ ତଦନ୍ତ ଭାର ଗଲା । କିନ୍ତୁ ସୁଫଳ ମିଳିନାନାହିଁ । ବରଂ ତଦନ୍ତ ସିଥିଳ ପଡିଯାଇଥିବା ଅନେକ ଅଭିଯୋଗ କରିଛନ୍ତି । ସେପଟେ ଆଦିତ୍ୟ ଦାଶଙ୍କ ରହସ୍ୟମୟ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବି କରି ତାଙ୍କ ବାପା ନନ୍ଦି କିଶୋର ଦାଶ, ମା’ ପଦ୍ମାଳୟା ଦାଶ ଏବଂ ସ୍ତ୍ରୀ ବିଦ୍ୟାଶ୍ରୀ ସାହୁଙ୍କ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା । ତେବେ ରୁଜୁ ମାମଲାରେ ହାଇକୋର୍ଟ କ୍ରାଇମ୍‌ବ୍ରାଞ୍ଚ୍‌କୁ ଏହାର ତଦନ୍ତ ସ୍ଥିତି ସଂକ୍ରାନ୍ତ ରିପୋର୍ଟ ଦାଖଲ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି ।

ଖବର ଅନୁଯାୟୀ, ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ପୂର୍ବରୁ ହାଇକୋର୍ଟ କ୍ରାଇମ୍‌ବ୍ରାଞ୍ଚ୍‌କୁ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ କ୍ରାଇମ୍‌ବ୍ରାଞ୍ଚ୍‌ ରିପୋର୍ଟ ଦାଖଲ କରିନପାରି ଅଦାଲତଙ୍କଠାରୁ ସମୟ ଲୋଡ଼ିଥିଲେ । ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ବିଶ୍ୱଜିତ୍‌ ମହାନ୍ତି ଦୁଇ ସପ୍ତାହ ପରେ ମାମଲାର ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି । ଆଦିତ୍ୟ ଅନେକ ସମାଜସେବା କାର୍ଯ୍ୟରେ ନିୟୋଜିତ ଥିଲେ ।

ମଦ ବିରୋଧୀ ଆନ୍ଦୋଳନରେ ସେ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ । ଏକ ବୃଦ୍ଧାଶ୍ରମ ମଧ୍ୟ ଚଳାଉଥିଲେ । କିନ୍ତୁ ବିବାହର ମାତ୍ର ୨୭ ଦିନ ପରେ ହଠାତ୍‌ ଆଦିତ୍ୟ କେଉଁଆଡ଼େ ଗାଏବ ହୋଇଯାଇଥିଲେ । ସ୍ତ୍ରୀ ବିଦ୍ୟାଶ୍ରୀ ଆଦିତ୍ୟଙ୍କୁ ଖୋଜିଖୋଜି ଲିଙ୍ଗରାଜ ଷ୍ଟେସନ୍‌ ରେଳଧାରଣାରେ ମୃତ ଅବସ୍ଥାରେ ପାଇଥିଲେ । ଆଦିତ୍ୟଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟାର ରୂପ ଦିଆଯାଇଛି ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯାଇଥିଲା ।

କ୍ରାଇମ୍‌ବ୍ରାଞ୍ଚ୍‌ ଘଟଣାର ତଦନ୍ତ କରୁଥିଲେ ମଧ୍ୟ ରହସ୍ୟ ପଦାକୁ ଆସିପାରି ନାହିଁ । ଯାହାଫଳରେ ପରିବାର ଲୋକେ  ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ସିବିଆଇ ତଦନ୍ତ ପ୍ରାର୍ଥନା କରିଥିଲେ । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ ।

   Related Posts