ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ନବ ଦାସଙ୍କ ଦେହାନ୍ତ ପରେ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ, ଅର୍ଥ ସହ ସମ୍ଭାଳିବେ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ

30/01/2023 at 1:19 PM

ଭୁବନେଶ୍ୱର: ନିରଞ୍ଜନ ପୂଜାରୀ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ । ନବ ଦାସଙ୍କ ଦେହାନ୍ତ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ମିଳିଛି ସ୍ୱାସ୍ଥ୍ୟ ବିଭାଗର ଦାୟିତ୍ୱ। ରାଜ୍ୟପାଳ ପ୍ରଫେସର ଗଣେଶିଲାଲଙ୍କ ଅନୁମତି ପରେ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ। ନିରଞ୍ଜନ ପୂଜାରୀ ଏବେ ସଂସଦୀୟ ବ୍ୟାପାର ଓ ଅର୍ଥମନ୍ତ୍ରୀ ଅଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ବିୟୋଗ ପରେ ନିରଞ୍ଜନଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଦାୟିତ୍ୱ ଦିଆଯାଇଛି । ସେ ଏବେ ଅର୍ଥ ସହ ସ୍ୱାସ୍ଥ୍ୟ ବିଭାଗର ଦାୟିତ୍ୱ ବି ସମ୍ଭାଳିବେ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଝାରସୁଗୁଡ଼ାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ଗୁଳି କରିଥିଲେ । ଯେଉଁଥିରେ ନବ ଦାସ ହିଁ ଘଟଣାସ୍ଥଳରେ ଟଳିପଡିଥିଲେ । ଏହାପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲକୁ ଏୟାରଲିଫ୍ଟ କରାଯାଇଥିଲା । ସ୍ୱତନ୍ତ୍ର ବିମାନ ଯୋଗେ ନବ ଦାସଙ୍କୁ ଏୟାରଲିଫ୍ଟ କରାଯାଇଥିଲା । ଭୁବନେଶ୍ୱରରେ ପହଞ୍ଚିବା ପରେ ଗ୍ରୀନ୍‌ କରିଡରରେ ନବ ଦାସଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍‌ ଲଗାତର ଭାବେ ନବ ଦାସଙ୍କ ଚିକିତ୍ସା ଲାଗି ଆପ୍ରାଣ ଉଦ୍ୟମ କରିଥିଲେ । ହେଲେ ଶେଷରେ ଡାକ୍ତରଙ୍କ ଶତ ଚେଷ୍ଟା ହୋଇଥିଲା ବିଫଳ । ଆଉ ମେଡିକାଲରେ ହିଁ ଆଖିବୁଜିଥିଲେ ନବ ଦାସ ।

   Related Posts