ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪୬ ବଖରା ଘର; ବାସହୀନ ୨୨ ପରିବାର

2/02/2023 at 7:51 PM

ବାସୁଦେବପୁର ୦୨/୦୨: ଭୟାବହ ଅଗ୍ନିକାଣ୍ଡରେ ୪୬ ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏହା ଫଳରେ ୨୨ଟି ପରିବାର କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିମେଦ ପଂଚାୟତ ମହାନ୍ତି ସାହିରେ ଦେଖିବାକୁ ମିଳିଛି।

ଖବର ଅନୁସାରେ, ବୁଧବାର ବିଳମ୍ବିତ ରାତିରେ ପ୍ରଥମେ ହରିହର ସାହୁଙ୍କ ଘରେ ନିଆଁ ଲାଗିଥିଲା।ଏହା ଦେଖି ପାଖ ପଡୋଶୀ ଡାକ ପକାଇଥିଲେ।  ନିଆଁର ପ୍ରକୋପ ଏତେ ତିବ୍ର ଥିଲା ଥିଲା ଯେ ଚାହୁଁ ଚାହୁଁ ସମସ୍ତ ବଖରାରେ ନିଆଁ ଲାଗିଯାଇଥିଲା। ଫଳରେ ଜୀବନ ବିକଳରେ ପରିବାର ଲୋକମାନେ ପଦାକୁ ଦୌଡ଼ି ଥିଲେ। ଆଖିପିଛୁଳାକେ ସେଠାରେ ଥିବା ୪୬ ବଖରା ଘର ପୋଡ଼ି ମାଟିରେ ମିଶିଯାଇଥିଲା।

କିପରି ଏହି ଅଗ୍ନିକାଣ୍ଡ ହୋଇଛି ତାର କାରଣ ସ୍ପଷ୍ଟ ହୋଇନାହିଁ। ନିଆଁ ଲାଗିବା ପରେ ସ୍ଥାନୀୟ ଲୋକ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଏହାଜାଣି ଘଟଣା ସ୍ଥଳରେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ଦୀର୍ଘ ୭ ଘଣ୍ଟାର ଅକ୍ଳାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କରିଛନ୍ତି। ଏଥିରେ ଘରେ ଥିବା ଧାନ ଚାଉଳ ଠାରୁ ଆରମ୍ଭ କରି ସମସ୍ତ ଆସବାହ ପତ୍ର ପୋଡି ପାଉଁଶ ହୋଇଯାଇଥିବା ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିବା ଜଣେ ବ୍ୟକ୍ତି କହିଛନ୍ତି।  

   Related Posts