ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ଦୁଇଟି ଗାଈ ଓ ବାଛୁରୀ ଜୀବନ୍ତ ଦଗ୍ଧ

16/07/2022 at 12:11 PM

ଜଗତସିଂହପୁର ୧୬/୦୭: ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଦୁଇ ବଖରା ଘର ପୋଡି ଯିବା ସହ ଦୁଇଟି ଗାଈ ଓ ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅରଜଙ୍ଗ ଗ୍ରାମରେ ଘଟିଛି ଏଭଳି ଅଘଟଣ ।

ଅରଜଙ୍ଗ ଗ୍ରାମର ଆର୍ତ୍ତ ଦାସଙ୍କ ଘରେ ଗତ କାଲି ବିଳମ୍ବିତ ରାତିରେ ନିଆଁଲାଗି ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଅଗ୍ନିକାଣ୍ଡରେ ଦୁଇଟି ଗାଈ ଓ ଗୋଟିଏ ବାଛୁରୀ ଜୀବନ୍ତ ପୋଡିଯାଇଛନ୍ତି ।

ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବାରୁ ଗ୍ରାମବାସୀ ନିଆଁ ଲିଭାଇବାକୁ ଉଦ୍ୟମ କରିବା ବିଳମ୍ୱ ହୋଇଥିଲା । ଏସମ୍ପର୍କରେ ଖବରପାଇ ତିର୍ତ୍ତୋଲ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିବା ବେଳକୁ ଘର ସମ୍ପୂର୍ଣ୍ଣ ଜଳିଯାଇଥିଲା । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

   Related Posts