ଅଗ୍ନିକାଣ୍ଡରେ ଜଳିଗଲା ଘର, ନିଆଁରେ ପୋଡି ପାଉଁଶ ହୋଇଗଲା ସବୁ ଘରକରଣା ଜିନିଷ
2/12/2020 at 9:33 AM

ଭଦ୍ରକ ୦୨।୧୨: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗାଁରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ୪ ବଖରା ଘର ପୋଡି ପାଉଁଶ ହୋଇଯାଇଛି।ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ଖବର ଅନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ର ସରପଦା ଗାଁ ରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଉମାମଣିଙ୍କ ୪ ବଖରା ଘର ଭସ୍ମୀଭୂତ ହୋଇଛି । ତେବେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି । ଅଗ୍ନିକାଣ୍ଡରେ ଘର ର ସମସ୍ତ ଆସବାବପତ୍ର ଜଳି ପୋଡି ପାଉଁଶ ହୋଇଯାଇଛି । ସ୍ଥାନୀୟ ଲୋକେ ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିବା ବେଳେ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
Related Posts
ବୋଲେରୋ ଓ ଅଟୋ ମୁହାଁମୁହିଁ ଧକ୍କା, ୩ ମୃତ ଓ ୩ ଗୁରୁତର
28 January 2023