ପଞ୍ଚାୟତ ଅଫିସରେ ଅଗ୍ନିକାଣ୍ଡ, ଜଳିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
26/02/2020 at 10:56 AM

ନିଶ୍ଚିନ୍ତକୋଇଲି ୨୬।୦୨: କଟକ ଜିଲ୍ଲା ମାହାଙ୍ଗା ବ୍ଲକ ଶ୍ରୀକୃଷ୍ଣପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଆସବାପତ୍ର ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ବୁଧବାର ସକାଳ ସମୟରେ ଅଗ୍ନିକାଣ୍ଡ ଲାଗିଥିବା ସ୍ଥାନୀୟଲୋକ ଦେଖିଥିଲେ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଛି କିମ୍ବା ଏହା ଏକ ପ୍ରାୟୋଜିତ ପୋଲିସ ତଦନ୍ତ ପରେ ଜଣାପଡିବ ।
Related Posts
ଡାକ୍ତରଙ୍କ ଶତ ଚେଷ୍ଟା ବିଫଳ , ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ
29 January 2023