suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ଦୁବାଇ ଫେରନ୍ତା ଫେଡେଏକ୍ସ ବିମାନରେ ପକ୍ଷୀମାଡ଼ ହେବା ପରେ ଦିଲ୍ଲୀ ବିମାନବନ୍ଦରରେ ଏମାର୍ଜେନ୍ସି ଘୋଷଣା
  • ||
  • ଭାରତ ଯୋଡ଼ୋ ଯାତ୍ରାରେ RSSରୁ ଏକ ବିଂଶ ଶତାବ୍ଦୀର କୌରବ ବୋଲି କହିଥିବାରୁ ରାହୁଲ ଗାନ୍ଧୀଙ୍କ ବିରୋଧରେ ଆଉ ଏକ ମାନହାନୀ ମାମଲା ରୁଜୁ, ଏପ୍ରିଲ ୧୨ରେ ଶୁଣାଣି
  • ||
  • ହାଇଦ୍ରାବାଦରେ ରାମନବମୀ ରାଲିରେ ବିବାଦୀୟ ବୟାନ ଅଭିଯୋଗରେ ନିଲମ୍ବିତ ବିଜେପି ବିଧାୟକ ଟି.ରାଜା ସିଂହଙ୍କ ବିରୋଧରେ ମାମଲା ରୁଜୁ
  • ||
  • ସମ୍ବଲପୁର : ବିଶାଳଖିଣ୍ଡା କେନାଲରେ ଗାଡି ଓଲଟି ୭ଜଣଙ୍କ ମୃତ୍ୟୁ : ଘଟଣାସ୍ଥଳରେ ଏକ୍ସପର୍ଟ ଟିମ୍‌ର ତଦନ୍ତ
  • ||
  • ଭୁବନେଶ୍ବର : ପ୍ଲାଷ୍ଟିକ୍ ବ୍ୟବହାର ନେଇ ୟୁନିଟ୍ ୧ ମାର୍କେଟ୍‌ରେ ବିଏମ୍‌ସି ଚଢଉ, ୩ଟି ହୋଲସେଲ୍ ଦୋକାନ ସିଲ୍
  • ||
  • ଟାଙ୍ଗୀ : ଟ୍ୟୁସନ୍ କରିବାକୁ ଯାଇ ୪ ମାସର ଗର୍ଭବତୀ ୧୨ ବର୍ଷର ନାବାଳିକା ! ଅଭିଯୁକ୍ତ ଅଟକ
  • ||
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||

ଖୁବଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ ଏମ୍ସ ସେଟଲାଇଟ୍ ହସ୍ପିଟାଲ, କେନ୍ଦ୍ରମନ୍ତ୍ରୀଙ୍କୁ ସାଂସଦଙ୍କ ଦାବିପତ୍ର ପ୍ରଦାନ

17/03/2023 at 11:03 PM

ନୀଳଗିରି: ବାଲେଶ୍ୱର ଜିଲ୍ଲା ରେମୁଣା ଗୋଲେଇ ଠାରେ ଥିବା ଏମ୍ସ ସେଟଲାଇଟ ହସ୍ପିଟାଲର ଭାଗ୍ୟ ବଦଳିବ । ଦୀର୍ଘ ବର୍ଷ ଧରି ଏହା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇନଥିବା ବେଳେ ଏହାର ସୁଧାର ଆସିବାକୁ ଅଂଟା ଭିଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମଣ୍ଡଭିୟଙ୍କୁ ଭେଟି ଏହା ଉପରେ ସେ ଦାବିପତ୍ର ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ବାଲେଶ୍ୱରରେ ନିର୍ମିତ ହୋଇଥିବା ଏମ୍ସ ସାଟେଲାଇଟ୍ ସେଣ୍ଟର ସପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇନି । ଡାକ୍ତର ଓ ସମସ୍ତ ବିଭାଗର ପଦବୀ ପୂରଣ ହୋଇନି । ଭୁବନେଶ୍ୱରରୁ ଡାକ୍ତର ଆସି କାର୍ଯ୍ୟ କରୁଛନ୍ତି । ଅଞ୍ଚଳବାସୀ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟସେବା ପାଇବାରେ ବିଫଳ ହେଉଛନ୍ତି । ଯଥାଶୀଘ୍ର ଏଥିରେ ସୁଧାର ହେବା ସହ ଅଧିକ ଅନୁଦାନ ଦେବାକୁ ବାଲେଶ୍ୱର ସାଂସଦ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଭେଟି ଦାବି କରିଛନ୍ତି । ଏହାସହ ଏହି ସେଣ୍ଟରକୁ ଶୀଘ୍ର ଉଦଘାଟନ କରିବା ପାଇଁ ଅନୁରୋଧ ଓ ନିମନ୍ତ୍ରଣ କରିଥିବା ସାଂସଦ ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଖୁବଶୀଘ୍ର ବାଲେଶ୍ୱର ଆସି ଏହାର ଉଦଘାଟନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି ।

   Related Posts