Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର, ଦୀର୍ଘ ୪ମାସ ପରେ ଶ୍ରଦ୍ଧାଳୁଙ୍କୁ ମିଳିବ ଦର୍ଶନ

23/08/2021 at 7:47 AM

ଚାନ୍ଦବାଲି ୨୩।୦୮:  ଦୀର୍ଘ ୪ମାସ ପରେ ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର । କୋଭିଡ କଟକଣା ମାନି ଶ୍ରଦ୍ଧାଳୁମାନେ ଭୋଳା ବାବାଙ୍କୁ ଦର୍ଶନ କରୁଛନ୍ତି। ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟାରିକେଟ ନିର୍ମାଣ କରାଯାଇଛି। ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରୁ କୌଣସି ପୂଜାସାମଗ୍ରୀ, ଭୋଗ ଫୁଲ ଆଦି ନନେବା ପାଇଁ ପ୍ରଶାସନ ପକ୍ଷରୁ କୁହାଯାଇଛି । ଏଥିସହ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ବାଧ୍ୟତାମୂଳକ କରାଯାଇଛି ।

ତେବେ ମନ୍ଦିର ସାନିଟାଇଜ ପାଇଁ ପ୍ରତି ଶନିବାର ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ତାହାସହ ୧୦ବର୍ଷରୁ କମ୍ ଓ ୬୫ବର୍ଷରୁ ଉର୍ଦ୍ଧ ବ୍ଯକ୍ତି ମନ୍ଦିର ନଯିବା ପାଇଁ ଜିଲା ପ୍ରଶାସନ ପରାମର୍ଶ ଦେଇଛି। ମହାମାରୀ କରୋନା ଭୟଭୟତାକୁ ନେଇ ଦୀର୍ଘ ୪ମାସ ହେବ ବନ୍ଦ ରହିଥିଲା ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ମନ୍ଦିର। ହେଲେ ଏବେ ସଂକ୍ରମଣ ହ୍ରାସ ପାଇଥିବାରୁ ରାଜ୍ଯର ସମସ୍ତ ଧର୍ମାଷ୍ଟାନକୁ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ। ହେଲେ ପବିତ୍ର ଶ୍ରାବଣୀ ଜଳାଭିଷେକ ନୀତି ରହିଥିବାରୁ ମନ୍ଦିର ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିନଥିଲା।

   Related Posts