Retail icon award
Retail icon award
728*90
728*90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ତୃତୀୟ ଦିନରେ ଅଲାରନାଥଙ୍କ ଅନବସର ଦର୍ଶନ, ଚତୁର୍ଭୁଜ ନାରାୟଣ ବେଶ ଦେଖିବାକୁ ଲାଗିଛି ଭିଡ

7/06/2023 at 11:04 AM

ବ୍ରହ୍ମଗିରି ୦୭/୦୬: ତୃତୀୟ ଦିନରେ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ । ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ପାଇଁ ଦଇତା ସେବାୟତଙ୍କ ଦ୍ୱାରା ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା । ସେପଟେ ଜଗନ୍ନାଥଙ୍କୁ ଦର୍ଶନ ନ ପାଇ ଭକ୍ତ ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣ ଙ୍କୁ ଦର୍ଶନ କରୁଛନ୍ତି ।

ଭୋର ୪ଟା ଟାରେ ମହାପ୍ରଭୁଙ୍କ ଦ୍ୱାର ଫିଟା ଯାଇ ୪ଟ୩ ୧୫ରେ ମଙ୍ଗଳ ଆଳତୀ ହୋଇଥିଲା । ତାପରେ ତଡପଲାଗି, ଅବକାଶ, ବେଶ ଏବଂ ଗୋପାଳବଲ୍ଲଭ ସରିବା ପରେ ସକାଳ ୬ ଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି । ଏବେ ଦ୍ଵିତୀୟ ଶ୍ରୀକ୍ଷେତ୍ର ପାଲଟିଥିବା ବ୍ରହ୍ମଗିରିର ଅଲାରନାଥ ପୀଠ କୁ ଭକ୍ତମାନଙ୍କ ପ୍ରବଳ ଭିଡ ଲାଗୁଛି ।

   Related Posts