oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଅଲକାଏଦାକୁ ବଡ ଝଟକା : ଆମେରିକା ଡ୍ରୋନ୍ ଆକ୍ରମଣରେ ନିପାତ ହେଲା ମୁଖିଆ ଅଲ ଜଓ୍ୱାହିରୀ

2/08/2022 at 7:28 AM

ନୂଆଦିଲ୍ଲୀ, ୦୨|୦୮: ଅଲକାଏଦାକୁ ବଡ ଝଟକା । ଆମେରିକାର ଡ୍ରୋନ୍ ଆକ୍ରମଣରେ ଟଳିଲା ଅଲକାଏଦା ମୁଖିଆ ଆୟମାନ ଅଲ୍-ଜଓ୍ୱାହିରୀ । ଆମେରିକୀୟ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି । ଅୟମାନ ଲାଦେନର ମୃତ୍ୟୁ ପରେ ୨୦୧୧ରୁ ଅଲକାଏଦାର ମୁଖ୍ୟ ନେତା ପାଲଟିଥିଲା । ତେବେ ତାର ମୃତ୍ୟୁ ପରେ ଏହା ଆତଙ୍କବାଦୀ ସଙ୍ଗଠନକୁ ବହୁତ ବଡ ଝଟକା ବୋଲି କୁହାଯାଉଛି ।

ଆମେରିକାର ଡ୍ରୋନ ମାଡ଼ରେ ଅଲକାଏଦା ନେତା ଅଲ ଜୱାହିରୀ ନିହତ। ଆଫଗାନିସ୍ତାନରେ ଆମେରିକାର ଡ୍ରୋନ ଆକ୍ରମଣରେ ଅଲ ଜୱାହିରୀ ନିହତ ହୋଇଛି । ଆମେରିକାର ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଏଜେନ୍ସିର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

ବିଶ୍ବରେ ଆତଙ୍କ ଖେଳାଇ ଆସିଥିବା ଅଲ କାଏଦା ଆତଙ୍କବାଦି ସଂଗଠନର ପ୍ରତିଷ୍ଠାତା ଓସାମା ବିନ ଲାଦେନ ୨୦୧୧ରେ ଆମେରିକାର ଆକ୍ରମଣରେ ନିହତ ହେବା ପରେ ଅଲକାଏଦା ସଂଗଠନ ପାଇଁ ଏହା ଏକ ଝଟକା । ସେହି ଦିନଠାରୁ ଆୟମାନ ଅଲ ଜୱାହିରୀ ଅଲକାଏଦା ସଂଗଠନକୁ ମଜବୁତ କରିବାରେ ଅଣ୍ଟା ଭିଡିଥିଲା। ଏହା ଜଣାପଡିବା ପରେ ଆମେରିକା ପକ୍ଷରୁ ତାଙ୍କ ଠିକଣା ଖୋଜା ଯାଇଥିଲା। ଆୟମାନକୁ ଧରାଇଦେଲେ ବା ତା’ ବିଷୟରେ ସୂଚନା ଦେଲେ ୨୫ ମିଲିୟନ ଆମେରିକୀୟ ଡଲାର ପୁରସ୍କାର ଦିଆଯିବ ବୋଲି ଘୋଷଣା କରାଯାଇଥିଲା।

ସେ ଆଫଗାନିସ୍ତାନରେ ଥିବା ତଥା ସେଠାରେ ରହି ଅଲକାଏଦା ସଂଗଠନକୁ ମଜବୁତ କରୁଥିବା ଜଣାପଡିବା ପରେ ଆମେରିକା ପକ୍ଷରୁ ଅଲକାଏଦାର ଆତଙ୍କବାଦିମାନଙ୍କୁ ଦମନ ପାଇଁ ରବିବାରଠାରୁ ଆଫଗାନିସ୍ତାନର ରାଜଧାନୀ କାବୁଲର ସେରପୁର ଅଞ୍ଚଳରେ ଡ୍ରୋନ ଷ୍ଟ୍ରାଇକ କରାଯାଇଥିଲା। ଏଥିରେ ଅଲ ଜୱାହିରି ନିହତ ହୋଇଥିବା କୁହାଯାଇଛି ।  

   Related Posts