ଦେବଗଡ ୧୯।୪: ରାଜ୍ୟରେ ଜାରି ରହିଛିଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲ୍ଲାରେଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛିଆସନ୍ତା ୨୦ରୁ ୨୩ତାରିଖ ଚାରି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜକୁ ଛୁଟି ଘୋଷଣା କରାଯାଇଛି ।

ସ୍କୁଲ, କଲେଜ ଛୁଟି ନେଇ ଘୋଷଣା କରିଛନ୍ତି ଦେବଗଡ଼ ଜିଲ୍ଲା ପ୍ରଶାସନ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କରାଯାଇଛି । ଏପ୍ରିଲ ୨୦ ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା ହୋଇଛି । ଆବଶ୍ୟକ ସ୍ଥଳେ ସକାଳୁ ପରୀକ୍ଷା କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ପର୍ଯ୍ୟାପ୍ତ ପରିମାଣରେ ପିଇବା ପାଣି ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

Also Read:- ଆସିଲା ପ୍ରଶାସନର ବଡ଼ ନିଷ୍ପତ୍ତି, ସକାଳ ୬ ଟା ୩୦ ରୁ ଆରମ୍ଭ ହେବ ସ୍କୁଲ

ପୂର୍ବରୁ ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ୧୩ ଜିଲ୍ଲାରେ ଛୁଟି ଘୋଷଣା କରାଯାଇ ସାରିଛି । ୧୩ ଜିଲ୍ଲାର ଜିଲ୍ଲାପାଳ ନିଜ ନିଜ ଅଞ୍ଚଳରେ ଥିବା ସ୍କୁଲ ଏବଂ ଅଙ୍ଗନବାଡ଼ି, କଲେଜକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏପିରିକି କିଛି ଜିଲ୍ଲାପାଳ କେବଳ ସ୍କୁଲ ହିଁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ସେହିପରି ସ୍କୁଲ ଖୋଲିବ ସମୟରେ ପିଲାଙ୍କ ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍କୁଲରେ ପାନୀୟ ଜଳର ବ୍ୟବସ୍ଥା ଏବଂ ପିଲାମାନେ କିପରି ଖରା ଠାରୁ ଦୂରେଇ ରହିବେ, ସେଥିପ୍ରତି ମଧ୍ୟ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।