ଭୁବନେଶ୍ୱର ୨୭।୧୦ : ବାତ୍ୟା ଅର୍ଣ୍ଣବ ପ୍ରଭାବକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ । ଖୋରଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ । ମଙ୍ଗଳବାର ଅପରାହ୍ନ ୧ ଘଟିକା ଠାରୁ ଓ ଆସନ୍ତାକାଲି (୨୭ ଓ ୨୮ ଅକ୍ଟୋବର ୨୦୨୬) ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଜାରି ହୋଇଛି ।

ତେବେ ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । 

Also Read:-ବାତ୍ୟା ଅର୍ଣ୍ଣବର ପ୍ରଭାବ! ଟ୍ୱିନ୍ ସିଟିରେ ପାଗ ବିଗିଡ଼ିଲା, ରାଜଧାନୀରେ ତୁହାକୁ ତୁହା ବର୍ଷା

ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।

Watch Video:-