ଭିଡିଓ କନଫେରେନ୍ସ ଦ୍ବାରା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | June 08, 2018 IST

ଆଜି ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫେରେନ୍ସ ଦ୍ବାରା ଯାଜପୁର ବିଂଝାରପୁର ବ୍ଲକର ବିଭିନ୍ନ ପଞ୍ଚାୟତର ସମସ୍ୟା ନେଇ ଜନପ୍ରତିନିଧିଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ବିଂଝାରପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଏହି ବ୍ଲକସ୍ତରୀୟ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ୍ ଏବଂ ବିଭିନ୍ନ ପଞ୍ଚାୟତର ସରପଞ୍ଚଙ୍କ ସହିତ ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସ ଯୋଗେ କଥାବାର୍ତ୍ତା କରିଥିଲେ । ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ରୀତା ତରାଇଙ୍କ ସମେତ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଓ ବିଭାଗୀୟ ଯନ୍ତ୍ରୀ ମାନେ ଉପସ୍ଥିତ ଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକୁ ମଞ୍ଜୁରୀ ଦେବା ସହିତ ସେଗୁଡିକ କିପରି ତୁରନ୍ତ କାର୍ଯ୍ୟକାରୀ କରିଯାଇପାରିବ ସେ ନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳ ରଞ୍ଜନ କୁମାର ଦାସଙ୍କ ସମେତ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ, ସ୍ଥାନୀୟ ତହସିଲଦାର, ବିଡିଓ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ମାନେ ଏଥିରେ ସାମିଲ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.