ପିକ୍‌ଅପ୍‌କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭରଙ୍କ ସମେତ ୩ ଗୁରୁତର

Published By : Prameya-News7 Bureau | September 02, 2023 IST

ଜଳେଶ୍ବର ୨।୯: ପିକ୍‌ଅପ୍‌ ଭ୍ୟାନ୍‌କୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଦୁର୍ଘଟଣା ଫଳରେ ଡ୍ରାଇଭରଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ରୂପ୍ସା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି । ଭୋଗରାଇ ବ୍ଲକ ଅନ୍ତର୍ଗତ ଜଳେଶ୍ବରପୁର ଅଞ୍ଚଳରୁ ରୋଗୀ ନେଇ ୧୦୮ ଆମ୍ବୁଲାନ୍ସ ବାଲେଶ୍ବର ହସ୍ପିଟାଲକୁ ଦ୍ରୁତ ଗତିରେ ଯାଉଥିବା ବେଳେ ମିରିଗିମୁଣ୍ତି ଛକ ନିକଟରେ ଏକ ପିକଅପ ଭ୍ୟାନ୍‌କୁ ପଛପଟୁ ଧକ୍କା ଦେଇଥିଲା ।  ଦୁର୍ଘଟଣାଟି ଏତେ ଜୋରରେ ହୋଇଥିଲା ଯେ ଆମ୍ବୁଲାନ୍ସଟିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚାପି ହୋଇ ଯାଇଥିବା ବେଳେ ଡ୍ରାଇଭରଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି । ଅଳ୍ପକେ ରକ୍ଷା ପାଇଲେ ରୋଗୀ ଏବଂ ତାଙ୍କ ସମ୍ପର୍କୀୟ ।

ଖବର ପାଇ ରୂପ୍ସା ପୋଲିସ ଓ ବସ୍ତା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଅନ୍ୟ ଏକ ଆମ୍ବୁଲାନ୍ସ ସାହାଯ୍ୟରେ ବାଲେଶ୍ବର ହସ୍ପିଟାଲ ପଠାଇଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍ ଓ ୧୦୮ ଆମ୍ବୁଲାନ୍ସକୁ ଥାନାରେ ଅଟକ ରଖି ତଦନ୍ତ ଜାରି ରଖିଛି ।

You Can Read :

wp:embed {"url":"https://www.prameyanews7.com/blind-belive-people-in-jaleswar/","type":"wp-embed","providerNameSlug":"prameya-news-7"}
https://www.prameyanews7.com/blind-belive-people-in-jaleswar/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.