Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ବାବା ଆଖଣ୍ଡଳମଣିଙ୍କୁ କରିବେ ଦର୍ଶନ

11/03/2023 at 2:09 PM

ଭୁବନେଶ୍ୱର ୧୧।୦୩ : ଓଡିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୬ ତାରିଖ ଦିନିକିଆ ଗସ୍ତରେ ଆସୁଛନ୍ତି ଶାହ । ପ୍ରଥମେ ଭଦ୍ରକ ଜିଲ୍ଲା ଆରଡି ଠାରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ ।

ଖବର ଅନୁଯାୟୀ, ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ବିରାଟ ସାଧାରଣ ସଭା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ଶାହ । କାର୍ଯ୍ୟକର୍ତ୍ତାଙ୍କ ସହ ଭେଟଘାଟ କରିବେ ଏବଂ ମୋରାଲ ସପୋର୍ଟ ଦେବେ । ଜନସଭାରେ ୫୦ ହଜାରରୁ ଉର୍ଦ୍ଧ୍ବ କର୍ମୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଭଦ୍ରକ ଲୋକସଭା ଅନ୍ତର୍ଗତ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ଏହି ଜନସଭାରେ ସାମିଲ ହେବେ । ତାପରେ ଭୁବନେଶ୍ୱର ଠାରେ ଦଳର ବରିଷ୍ଠ ନେତୃତ୍ୱଙ୍କ ସହ ଗୁରୁତ୍ବପୂର୍ଣ୍ଣ ବୈଠକ ହେବ ଏବଂ ରଣନୀତି ପ୍ରସ୍ତୁତ କରିବେ । ଶେଷରେ ସେହି ଦିନ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ଅମିତ ଶାହ ।

   Related Posts