ଭୁବନେଶ୍ୱର ୧୭।୧୦ : ଛାତ୍ର ସଂସଦ ନିର୍ବାଚନରେ ବାଜିମାତ କରିଛି ABVP (ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ । ଛାତ୍ର ସଂସଦ ନିର୍ବାଚନ ABVPର ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

ସୋସିଆଲ ମିଡିଆରେ ପୋଷ୍ଟ କରି ଅମିତ ଶାହା କହିଛନ୍ତି ଯେ, ଛାତ୍ର ସଂସଦ ଫଳାଫଳ ଦେଶବିରୋଧୀ ଶକ୍ତିମାନଙ୍କ ପାଇଁ ଏକ କଡ଼ା ଜବାବ । ଓଡ଼ିଶାର ଛାତ୍ରସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବା ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ଶାହା । ପ୍ରଥମେ ପଞ୍ଜାବ ବିଶ୍ୱବିଦ୍ୟାଳୟ, ପରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଏବେ ଓଡ଼ିଶାର ୧୩ଟି ବିଶ୍ୱବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଏହି ବିଜୟ ସ୍ପଷ୍ଟ ବାର୍ତ୍ତା ଦେଉଛି ଯେ, ଦେଶର ଯୁବଶକ୍ତି ମିଥ୍ୟା, ଭ୍ରମ ଓ ବିଶୃଙ୍ଖଳା ସୃଷ୍ଟି କରୁଥିବା ଶକ୍ତିମାନଙ୍କ ସହ ନୁହେଁ, ବରଂ ‘ରାଷ୍ଟ୍ର ପ୍ରଥମ’ ବିଚାରଧାରା ସହ ଦୃଢ଼ତାର ସହ ଛିଡା ହୋଇଛନ୍ତି । ଏହି ଫଳାଫଳ ଦେଶବିରୋଧୀ ଶକ୍ତିମାନଙ୍କ ପାଇଁ ଏକ କଡ଼ା ଜବାବ ।

Also Read:-ଭିଜିଲାନ୍ସ ଜାଲରେ ଅଧୀକ୍ଷଣ ଯନ୍ତ୍ରୀ, ୨୧ ଲକ୍ଷରୁ ଅଧିକ ନଗଦ ଟଙ୍କା ଜବତ

ସୂଚନାଯୋଗ୍ୟ ଯେ,