Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ପଶ୍ଚିମା ଝଡ଼ର ପ୍ରଭାବ, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା
  • ||

ଶିକ୍ଷାର ଗୁଣବତ୍ତା ବୃଦ୍ଧିକୁ ନେଇ ସୋଆ ଏବଂ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

15/03/2023 at 10:13 PM

ଭୁବନେଶ୍ୱର , ୧୫/ ୦୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଏବଂ କଟକ ସ୍ଥିତ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ ଇନ୍‌ଟର୍ଣ୍ଣସିପ୍‌ର ସୁଯୋଗ, ଫ୍ୟାକଲ୍ଟି ଏବଂ ଷ୍ଟାଫ୍ ଡେଭଲପ୍‌ମେଂଟ କାର୍ଯ୍ୟକ୍ରମ ଏବଂ ପାଠ୍ୟକ୍ରମର ଗୁଣବତାକୁ ବୃଦ୍ଧି କରିବା ନିମନ୍ତେ ମଙ୍ଗଳବାର ଏକ ଚୁକ୍ତ ସ୍ୱାକ୍ଷରିତ ହୋଇଛି ।

ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ ଏବଂ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟ ଗୃହବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ଇନ୍ଦୁରେଖା ମହାପାତ୍ରଙ୍କ ମଧ୍ୟରେ ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଥିଲା । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦକ୍ଷତା ଭିତିକ ଶିକ୍ଷା ବ୍ୟବସ୍ଥାକୁ ଉନ୍ନତ କରିବା ଏହାର ଅନ୍ୟ ଏକ ଉଦ୍ଦେଶ୍ୟ ।

ଏହି ଅବସରରେ ଏସ୍‌ଏଚ୍‌ଏମ୍ ପକ୍ଷରୁ  ପ୍ରଫେସର ସୁଶାନ୍ତ ରଞନ ଚଇନି, ଡକ୍ଟର ଅଂଶୁମାନ ସାମଲ୍‌, ଡକ୍ଟର ସସ୍ମିତା ମହାନ୍ତି, ଡକ୍ଟର ପାର୍ଥସାରଥି ପାତ୍ର, ଡକ୍ଟର ପବିତ୍ର ମୋହନ ମହାନ୍ତି ଏବଂ ଡକ୍ଟର ଲଲାଟ ଇନ୍ଦୁ ମିଶ୍ର ଉପସ୍ଥିତ ଥିବା ବେଳେ ଶୈଳବାଳା ମହାବିଦ୍ୟାଳୟ ପକ୍ଷରୁ ଗୃହବିଜ୍ଞାନ ବିଭାଗର ପ୍ରାଧ୍ୟାପକ ଡକ୍ଟର ଅଜନ୍ତା ନାୟକ ଉପସ୍ଥିତ ଥିଲେ । ଏହି ଅବସରରେ ଭବିଷ୍ୟତରେ ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ ପ୍ରଶିକ୍ଷଣ ଏବଂ ବିକାଶ ନିମନ୍ତେ ଆଲୋଚନା ହୋଇଥିଲା ।

   Related Posts