scan steel
web-baneer-728x90
krs-728-90-banner english (2)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଆଉ ଦିନକ ପରେ ପଞ୍ଚୁକ ବ୍ରତ, ବୟସ୍କ ଭକ୍ତଙ୍କ ଦର୍ଶନ ପାଇଁ ସ୍ଵତନ୍ତ୍ର ସେଡ୍ ବ୍ୟବସ୍ଥା

21/11/2023 at 7:32 PM

ପୁରୀ: ପଞ୍ଚୁକ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି।‌ ପଞ୍ଚୁକ ପାଇଁ ଶ୍ରୀମନ୍ଦିର ଠାରୁ ମାର୍କେଟ ଛକ ପର୍ଯ୍ୟନ୍ତ ଆଜିଠାରୁ ସମସ୍ତ ଉଠା ଦୋକାନ ବନ୍ଦ ରହିବ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ମରଚିକୋଟ ଛକ ପର୍ଯ୍ୟନ୍ତ ବେରିକେଡିଂ କରାଯିବ। ମାର୍କେଟ ଛକରୁ  ଗାଡି ଚଳାଚଳ ବନ୍ଦ କରାଯିବ। ପଞ୍ଚୁକରେ ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ବେଚ୍ଛାସେବୀ ମୁତୟନ ରହିବେ। ବୟସ୍କ ଭକ୍ତଙ୍କ ଦର୍ଶନ ପାଇଁ ସ୍ଵତନ୍ତ୍ର ସେଡ୍ ବ୍ୟବସ୍ଥା କରାଯିବ। ଶାରୀରିକ ଅସୁସ୍ଥଙ୍କ ପାଇଁ ବି ସ୍ଵତନ୍ତ୍ର ବ୍ୟବସ୍ଥା ବି କରାଯାଇଛି। ବୟସ୍କ ଭକ୍ତଙ୍କ ପ୍ରତି ପ୍ରଶାସନର ସମବେଦନା ରହିଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

Also read- ବିଧାୟକ ବିଜୟ ଶଙ୍କର ବିବାହ ବିବାଦ ମାମଲା, ସବ୍ ରେଜିଷ୍ଟ୍ରାର କୋର୍ଟରେ ହାଜର ହେଲେ ସୋମାଲିକା

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ପଞ୍ଚୁକ ପାଇଁ ନୀତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।‌ ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ଦେଇ କହିଛନ୍ତି ପଞ୍ଚୁକ ସମୟରେ ହବିଷ୍ୟାଳୀଙ୍କ ପାଇଁ ସେଡ୍ ର ବ୍ୟବସ୍ଥା ହେବ। ଗତକାଲି ମୋର ପ୍ରତିକ୍ରିୟାକୁ ଭୁଲ ଭାବେ ଉପସ୍ଥାପିତ କରାଯାଇଛି। ପଞ୍ଚୁକ ସମୟରେ ଅଧିକ ସଂଖ୍ୟକ ଭକ୍ତଙ୍କ ଆଗମନକୁ ସ୍ବାଗତ କରୁଛୁ। ଶୃଙ୍ଖଳିତ ନୀତି ଉପରେ ଅଧିକ ଗୁରୁତ୍ବ ଦିଆଯାଇଛି। ଶ୍ରଦ୍ଧାଳୁଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ, ସ୍ବେଚ୍ଛାସେବୀଙ୍କ ସହ ବୟସ୍କ ଓ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି।

ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡଃ କନୱର ବିଶାଳ ସିଂ, ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ଶ୍ରୀମନ୍ଦିର ପରିଚାଳନା କମିଟି ସେବାୟତ ସଦସ୍ୟ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ଅନଲାଇନ୍ ଦାନ ନେଇ ହୋଇଥିଲା ବୈଠକ। ଅନଲାଇନ୍ ଦାନ ଓ ହୁଣ୍ଡି ଦାନ ନେଇ ପ୍ରସ୍ତୁତ ହେଉଛି ସ୍ବତନ୍ତ୍ର ଆପ। କାର୍ତ୍ତିକ ମାସର ଶେଷ ୫ ଦିନ ଅର୍ଥାତ୍ ପଞ୍ଚୁକରେ ଅଧିକରୁ ଅଧିକ ଶ୍ରଦ୍ଧାଳୁଙ୍କ ସହ ହବିଷ୍ୟାଳୀଙ୍କ ଗହଳିକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିବା କହିଛନ୍ତି ମୁଖ୍ୟ ପ୍ରଶାସକ।

ସେପଟେ ବଡଦାଣ୍ଡର ଦୁଇପାର୍ଶ୍ୱରେ ଅସ୍ଥାୟୀ ଶୌଚାଳୟ କରାଯାଇଛି। ଡାକବାଜୀ ଯନ୍ତ୍ରରେ ଦର୍ଶନ ବ୍ୟବସ୍ଥା ଉପରେ ସୂଚନା ଦିଆଯାଉଛି। ଭକ୍ତଙ୍କ ଲାଗି ପ୍ରତି ସେଡ୍‌ରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯାଉଛି। ସୁରକ୍ଷା ଦୃଷ୍ଟିରୁ ପଞ୍ଚୁକ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଦର୍ଶନ ବ୍ୟବସ୍ଥା ନେଇ ଅନୁଧ୍ୟାନ ପରେ ସୂଚନା ଦେଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଓ ଜିଲ୍ଲାପାଳ ସମର୍ଥ ବର୍ମା।

ଭକ୍ତମାନେ ଯେଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରିପାରିବେ ସେନେଇ ଆଜି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ ଓ ପୁରୀ ଏସପି ଡଃ କନୱର ବିଶାଳ ଶ୍ରୀମନ୍ଦିର ବାହାର ଓ ଭିତରେ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ସମୁଦାୟ ୪୦ ପ୍ଲାଟୁନ ପୋଲିସ ଫୋର୍ସ ସହ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି କହିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି।

   Related Posts