ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ଅଞ୍ଜଳି ସ୍ବାଇଁ ନିର୍ଦ୍ବନ୍ଦରେ ନିର୍ବାଚିତ

Published By : Prameya-News7 Bureau | March 13, 2022 IST

ବ୍ରହ୍ମପୁର, ୧୩/୦୩: ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ୩୧ ନମ୍ବର ଜୋନ୍ ବିଜେଡି ଜିଲ୍ଲା ପରିଷଦ ସଭ୍ଯା ଅଞ୍ଜଳି ସ୍ବାଇଁ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାକୁ ଜିଲ୍ଲାର କୋଣ ଅନୁକୋଣରେ ପହଞ୍ଚାଇବା ନିମନ୍ତେ କାର୍ଯ୍ୟ ଜାରି ରହିବ ବୋଲି ସେ କହିଛନ୍ତି । ଏହା ସହିତ ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ, ରାଜ୍ୟ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ, ବିଧାୟିକା ଓ ଜିଲ୍ଲା ପରିଷଦ ସଭ୍ୟ, ସଭ୍ୟାମାନଙ୍କୁ ଶୁଭେଚ୍ଛା ଓ ଧନ୍ଯବାଦ ଜଣାଇଛନ୍ତି । ଜିଲ୍ଲା ଦଳୀୟ ନେତୃବୃନ୍ଦ ସମେତ ମନ୍ତ୍ରୀ, ବିଧାୟକ ସମସ୍ତେ ଖୁସି ଜାହିର୍ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ଶୁଭେଚ୍ଛା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.