ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା, ପ୍ରାଣ ହରାଇଲେ ଆଉ ୧୦ସଂକ୍ରମିତ

Published By : Prameya-News7 Bureau | July 30, 2020 IST

ଭୁବନେଶ୍ୱର ୩୦।୭: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ଜଣେ, ଭୁବନେଶ୍ବରରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଏବଂ ରାୟଗଡା ଜିଲ୍ଲାରୁ ଜଣେ ରହିଛନ୍ତି । ସମ୍ବଲପୁର ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

ଗଞ୍ଜାମ ଜିଲ୍ଲାର ଜଣେ ୪୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୪୭ ବର୍ଷ ବୟସ୍କ ପୁରୁଷ । ନୟାଗଡ଼ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ୟୁରେମିକ୍ ଏନସେଫାଲୋପାଥି ସହିତ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୩୩ ବର୍ଷ ବୟସ୍କ ପୁରୁଷ ।

wp:html /wp:html

ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ଜଣେ ୭୧ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ ।

wp:html /wp:html

ଭୁବନେଶ୍ବରର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ମଧ୍ୟ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୩୭୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୨୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୯୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୬୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୬ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୦୦୨୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.