scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୪୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

23/07/2021 at 9:52 PM

ଭୁବନେଶ୍ବର ୨୩/୦୭ : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୪୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୪୧ ହଜାର ୨୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୩୬ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬୩୮୫୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୦୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୧୯୨୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୧ ହଜାର ୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts