ଭୁବନେଶ୍ବର ୨୬/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୦ ହଜାର ୮୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୮୭ ଜଣ ରହିଛନ୍ତି ।
wp:embed {"url":"https://twitter.com/HFWOdisha/status/1442100971820105730","type":"rich","providerNameSlug":"twitter","responsive":true} /wp:embedପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୩୨୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୪୩ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ପଜିଟିଭ ରହିଛନ୍ତି ।