ରାଜ୍ୟରେ ସୁସ୍ଥ ହେଲେ ଆଉ ୬୯୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

Published By : Prameya-News7 Bureau | October 01, 2021 IST

ଭୁବନେଶ୍ବର ୦୧/୧୦ : ରାଜ୍ୟରେ ସୁସ୍ଥ ହେଲେ ଆଉ ୬୯୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୩ ହଜାର ୮୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୩୨ ଜଣ ରହିଛନ୍ତି ।

wp:embed {"url":"https://twitter.com/HFWOdisha/status/1443918655884955648","type":"rich","providerNameSlug":"twitter","responsive":true}
https://twitter.com/HFWOdisha/status/1443918655884955648
/wp:embed

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୯୫୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.