scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ରାଜ୍ୟରେ ସୁସ୍ଥ ହେଲେ ଆଉ ୭୧୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସୁସ୍ଥ

17/09/2021 at 7:25 PM

ଭୁବନେଶ୍ବର ୧୭/୦୯ : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୧୯ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୫ ହଜାର ୫୬୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୧୫ ଜଣ ରହିଛନ୍ତି ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୮୯୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୬୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି ।

   Related Posts